ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ନୂଆଦିଲ୍ଲୀ: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ବିଜେଡି ସାଂସଦଙ୍କ ସହ ସହ ଭେଟି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ । ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଏହି ଅବସରରେ ସାମିଲ ଥିଲେ। ଦ୍ରୌପଦୀଙ୍କୁ ଭେଟିବା ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କହିଲେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି । ଓଡିଆ ଝିଅ ରାଷ୍ଟ୍ରପତି ହୋଇଥିବାରୁ ଅତ୍ୟନ୍ତ ଖୁସି ଅଛି । ଆମେ ତାଙ୍କ ପାଇଁ ଗର୍ବିତ ବୋଲି କହିଛନ୍ତି […]

ନୂଆଦିଲ୍ଲୀ: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ବିଜେଡି ସାଂସଦଙ୍କ ସହ ସହ ଭେଟି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ । ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଏହି ଅବସରରେ ସାମିଲ ଥିଲେ। ଦ୍ରୌପଦୀଙ୍କୁ ଭେଟିବା ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କହିଲେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି । ଓଡିଆ ଝିଅ ରାଷ୍ଟ୍ରପତି ହୋଇଥିବାରୁ ଅତ୍ୟନ୍ତ ଖୁସି ଅଛି । ଆମେ ତାଙ୍କ ପାଇଁ ଗର୍ବିତ ବୋଲି କହିଛନ୍ତି । ସେହିପରି ସାଂସଦମାନେ ଭେଟି ଖୁସିଥିବା କଥା କହିଛନ୍ତି । ଏହି ଅବସରରେ ପାରମ୍ପରିକ ନୃତ୍ୟ କଳାରେ ସମ୍ପୂର୍ଣ୍ଣ ଅଞ୍ଚଳ ଉତ୍ସବ ମୁଖରିତ ହୋଇଥିଲା । ଭେଟଘାଟ ପାଇଁ ରଙ୍ଗାରଙ୍ଗ କାର୍ଯ୍ଯକ୍ରମ ମଧ୍ୟ କ୍ୟାମ୍ପସରେ ଆୟୋଜନ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ସନ୍ଦିଗ୍ଧ ସ୍କ୍ରବ୍ ଟାଇଫସ୍ ମାମଲା: ଭୟଭୀତ ନହେବାକୁ ପରାମର୍ଶ, ସ୍ଥିତି ଉପରେ ସ୍ୱାସ୍ଥ୍ୟ ବିଭାଗର କଡ଼ା ନଜର

ଆସନ୍ତାକାଲି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡିଆ ଝିଅ ତଥା ନବ ନିର୍ବାଚିତ ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଦିଲ୍ଲୀ ଯାଇଛନ୍ତି । ଓଡିଶାରୁ ସାଂସଦମାନେ ମଧ୍ୟ ଏହି ଅବସରରେ ଉପସ୍ଥିତ ରହିବେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସୂଚନା ଥାଉକି, ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପୂର୍ଣ୍ଣ ସମର୍ଥନ କରିବା ସହ ଅନ୍ୟ ଦଳମାନଙ୍କୁ ସମର୍ଥନ କରିବା ପାଇଁ ଅପିଲ କରିଥିଲା ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର