ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ବିଜୟ ରଞ୍ଜନ ସିଂହ ବରିହା କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ୟ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଲ୍ଲେଖଯୋଗ୍ୟ  ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ […]

ଭୁବନେଶ୍ବର : ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ୟ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଉଲ୍ଲେଖଯୋଗ୍ୟ  ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହା ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। କିଛିଦିନ ତଳେ ଅଚାନକ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ତାଙ୍କୁ ଭୁବନେଶ୍ବରରେ ଉକ୍ତ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରିଲକ୍ଷିତ ହେଉଥିବାରୁ ଉତ୍ତମ ଚିକିତ୍ସା ନିମନ୍ତେ ଅନ୍ୟ କୌଣସି ବଡ଼ ଡାକ୍ତରଖାନାକୁ ନେବା ପାଇଁ ଚିନ୍ତା କରାଯାଉଥିବା ବେଳେ ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କ ବିୟୋଗରେ ପଦ୍ମପୁରରେ ଶୋକର ଛାୟା ଖେଳିଯାଇଛି।

ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟରେ ଏହି ଆସନରୁ ବିଧାନସଭାକୁ ପ୍ରଥମ ଥର ନିର୍ବାଚିତ ହୋଇଥିଲେ। ଏହା ପରେ ସେ ୨୦୦୦ ଏବଂ ୨୦୦୯ରେ ବିଜେଡି ପ୍ରାର୍ଥୀ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତୃତୀୟ ପାଳି ସରକାରରେ ୨୦୦୯ରେ ହରିଜନ- ଆଦିବାସୀ କଲ୍ୟାଣ କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଥିଲେ । ତେବେ ୨୦୧୪ ବିଧାନସଭା ନିର୍ବାଚନରେ ତାଙ୍କୁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାଜୟ ବରଣ କରିବାକୁ ପଡ଼ିଥିଲା। ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ପୁଣି ପଦ୍ମପୁର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

03 Oct 2022 By The Sakala

ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ବିଜୟ ରଞ୍ଜନ ସିଂହ ବରିହା କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ୟ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଉଲ୍ଲେଖଯୋଗ୍ୟ  ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।

ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହା ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। କିଛିଦିନ ତଳେ ଅଚାନକ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ତାଙ୍କୁ ଭୁବନେଶ୍ବରରେ ଉକ୍ତ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରିଲକ୍ଷିତ ହେଉଥିବାରୁ ଉତ୍ତମ ଚିକିତ୍ସା ନିମନ୍ତେ ଅନ୍ୟ କୌଣସି ବଡ଼ ଡାକ୍ତରଖାନାକୁ ନେବା ପାଇଁ ଚିନ୍ତା କରାଯାଉଥିବା ବେଳେ ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କ ବିୟୋଗରେ ପଦ୍ମପୁରରେ ଶୋକର ଛାୟା ଖେଳିଯାଇଛି।

ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟରେ ଏହି ଆସନରୁ ବିଧାନସଭାକୁ ପ୍ରଥମ ଥର ନିର୍ବାଚିତ ହୋଇଥିଲେ। ଏହା ପରେ ସେ ୨୦୦୦ ଏବଂ ୨୦୦୯ରେ ବିଜେଡି ପ୍ରାର୍ଥୀ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତୃତୀୟ ପାଳି ସରକାରରେ ୨୦୦୯ରେ ହରିଜନ- ଆଦିବାସୀ କଲ୍ୟାଣ କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଥିଲେ । ତେବେ ୨୦୧୪ ବିଧାନସଭା ନିର୍ବାଚନରେ ତାଙ୍କୁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାଜୟ ବରଣ କରିବାକୁ ପଡ଼ିଥିଲା। ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ପୁଣି ପଦ୍ମପୁର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର