କରୋନାରେ ସାମ୍ବାଦିକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ନର: କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରୁ ଟ୍ୱିଟ୍ କରି ସମ୍ବାଦିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। — […]

ଭୁବନେଶ୍ନର: କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରୁ ଟ୍ୱିଟ୍ କରି ସମ୍ବାଦିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ସେହିପରି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଟ୍ୱିଟ୍ କରି ଶୋକ ବ୍ୟକ୍ତ କରିଛନ୍ତି। ସେ ଲେଖିଛନ୍ତି ‘ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତଖବର ପାଇ ମୁଁ ଗଭୀରଭାବେ ମର୍ମାହତ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଓମ୍ ଶାନ୍ତି।’

ସୂଚନାଯୋଗ୍ୟ ପ୍ରଦୀପ କିଶୋର ସାହୁ ଜଣାଶୁଣା ଖବର ସରାବରାହ ସଂସ୍ଥା ସମ୍ବାଦର ଗଞ୍ଜାମ ଜିଲ୍ଲା ପ୍ରତିନିଧି ଭାବେ କାର୍ଯ୍ୟରତ ଥିଲେ । ତେବେ ଗତ ୧୫ ଦିନ ହେବ ସେ କରୋନା ଆକ୍ରାନ୍ତ ହୋଇ ସେ ବ୍ରହ୍ମପୁରର ଅଶ୍ୱିନୀ କୋଭିଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା ।

About The Author: The Sakala