ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଲୋଗୋ ଉନ୍ମୋଚନ ଅବସରରେ ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରି କହିଛନ୍ତି ଯେ, ବୁଦ୍ଧିଜୀବୀ, […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

ଲୋଗୋ ଉନ୍ମୋଚନ ଅବସରରେ ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରି କହିଛନ୍ତି ଯେ, ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି । ସେ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ହେଉଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡ଼ିଲା ମଦ୍ୟପାନ; ସ୍କୁଲ୍ ପରିସରରେ ମଦ ପିଇ ପ୍ରଧାନ ଶିକ୍ଷକ ନିଲମ୍ବିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର