ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ- ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ଯନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢ଼ିବା ଚିନ୍ତାଜନକ । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ୍ ନିୟମକୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ଯନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢ଼ିବା ଚିନ୍ତାଜନକ । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ୍ ନିୟମକୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

କୋଭିଡ୍ ଆଚରଣବିଧି ହେଉଛି, କୋଭିଡ୍ ବିରୋଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ। ପିଲାମାନେ ଏପର୍ଯ୍ଯନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ। କୋଭିଡ୍ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି। ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡ଼ିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡ଼ିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ୍ ନିୟମ କଡ଼ାକଡ଼ି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ ଏହି ହାଇରିସ୍କ ଗ୍ରୁପ୍ର । ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ୧୪.୨୨ ଲକ୍ଷ ଟଙ୍କା ଆତ୍ମସାତ୍ ଅଭିଯୋଗରେ ଯୁବା ପ୍ୟାକ୍ସର ପୂର୍ବତନ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ୱାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍‌ ମାନଙ୍କୁ କୋଭିଡ୍ ନିୟମ ସମ୍ପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାସହିତ ଡେଲ୍ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ୍ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ପରିସ୍ଥିତିର ଗୁରୁତ୍ୱକୁ ଉପଲବ୍ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ଏହାଦ୍ବାରା ଆମେ ଭବିଷ୍ୟତରେ ଲକଡାଉନକୁ ଏଡ଼ାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।

ପାର୍ବଣ ଋତୁ ସମୟରେ ଆମର ଦାୟିତ୍ୱପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକଡାଉନ୍ କୋହଳ କରାଯାଇଛି । କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ଯଦି ଆବଶ୍ୟକ ପଡ଼େ, ସାମୂହିକ ସ୍ୱାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକଡାଉନ୍ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ଯକ୍ରମ ଉପରେ ଉପସ୍ଥାପନା ରଖିଥିଲେ ।

ପୋଲିସ ମହାନିର୍ଦ୍ଦେଶକ ଅଭୟ ମଧ୍ୟ କୋଭିଡ୍ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ । ବିଏମସି ଏବଂ ସିଏମସି କମିଶନର, ଦେବଗଡ଼ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି.କେ. ପାଣ୍ଡିଆନ କାର୍ଯ୍ଯକ୍ରମ ସଞ୍ଚାଳନ କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର