ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ଦେବା ଉପରେ ଗୁରୁତ୍ୱ

The Sakala Picture
Published On

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସମ୍ପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ରାଜ୍ୟର ହସ୍ପିଟାଲଗୁଡ଼ିକରେ ଭର୍ତ୍ତି ହେଉଥିବା କରୋନା ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ସେମାନଙ୍କର ସମ୍ପର୍କୀୟଙ୍କୁ ସଠିକ୍ ସ୍ୱାସ୍ଥ୍ୟ […]

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସମ୍ପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ରାଜ୍ୟର ହସ୍ପିଟାଲଗୁଡ଼ିକରେ ଭର୍ତ୍ତି ହେଉଥିବା କରୋନା ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ସେମାନଙ୍କର ସମ୍ପର୍କୀୟଙ୍କୁ ସଠିକ୍ ସ୍ୱାସ୍ଥ୍ୟ ସୂଚନା ପ୍ରଦାନ ଦିଗରେ ହସ୍ପିଟାଲଗୁଡ଼ିକ ମାନବିକ ଦୃଷ୍ଟିଭଙ୍ଗୀ ରଖିବା ସହିତ ହେଲ୍ପ ଡେସ୍କ ବ୍ୟବସ୍ଥାରେ ଉନ୍ନତି ଆଣିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ ସଂକ୍ରମିତଙ୍କ ହାର ମଧ୍ୟ କମିଛି । ଏ ସବୁ ପାଇଁ ଲକ୍‌ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି। ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ  ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ସଂକ୍ରମଣ ରୋକିବାକୁ ମଇ ୨୪ରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

18 May 2021 By The Sakala

ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ଦେବା ଉପରେ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସମ୍ପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ ।

ରାଜ୍ୟର ହସ୍ପିଟାଲଗୁଡ଼ିକରେ ଭର୍ତ୍ତି ହେଉଥିବା କରୋନା ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ସେମାନଙ୍କର ସମ୍ପର୍କୀୟଙ୍କୁ ସଠିକ୍ ସ୍ୱାସ୍ଥ୍ୟ ସୂଚନା ପ୍ରଦାନ ଦିଗରେ ହସ୍ପିଟାଲଗୁଡ଼ିକ ମାନବିକ ଦୃଷ୍ଟିଭଙ୍ଗୀ ରଖିବା ସହିତ ହେଲ୍ପ ଡେସ୍କ ବ୍ୟବସ୍ଥାରେ ଉନ୍ନତି ଆଣିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ ସଂକ୍ରମିତଙ୍କ ହାର ମଧ୍ୟ କମିଛି । ଏ ସବୁ ପାଇଁ ଲକ୍‌ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଥିଲେ ।

ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି। ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ  ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ସଂକ୍ରମଣ ରୋକିବାକୁ ମଇ ୨୪ରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

https://www.thesakala.in/latest-odisha-news/cm-naveen-patnaik-reviewed-the-covid-situation-in-the-state/article-2276
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର