ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ : କୋଭିଡ ଗାଇଡଲାଇନ ମାନିବାକୁ ଦେଲେ ଆହ୍ୱାନ

The Sakala Picture
Published On

ଭୁବନେଶ୍ବର : ବିଧାନସଭାରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୃହରେ ବିବୃତି ରଖିଛନ୍ତି। ମହାରାଷ୍ଟ୍ର ସମେତ ଅନ୍ୟ କିଛି ରାଜ୍ୟରେ କୋଭିଡର ପ୍ରଭାବ ପୁଣିଥରେ ଦେଖିବାକୁ ମିଳିଥବାରୁ ରାଜ୍ୟବାସୀଙ୍କୁ କରୋନା କଟକଣା ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏଥିସହ ମାସ୍କ ପିନ୍ଧିବା, ସାମାଜିକ ଦୂରତା ମାନିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ ମହାମାରୀ ପ୍ରତି ଗାଁର ପ୍ରତି ବ୍ୟକ୍ତିକୁ ପ୍ରଭାବିତ କରିଛି। ଆମେ […]

ଭୁବନେଶ୍ବର : ବିଧାନସଭାରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୃହରେ ବିବୃତି ରଖିଛନ୍ତି। ମହାରାଷ୍ଟ୍ର ସମେତ ଅନ୍ୟ କିଛି ରାଜ୍ୟରେ କୋଭିଡର ପ୍ରଭାବ ପୁଣିଥରେ ଦେଖିବାକୁ ମିଳିଥବାରୁ ରାଜ୍ୟବାସୀଙ୍କୁ କରୋନା କଟକଣା ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏଥିସହ ମାସ୍କ ପିନ୍ଧିବା, ସାମାଜିକ ଦୂରତା ମାନିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

କୋଭିଡ ମହାମାରୀ ପ୍ରତି ଗାଁର ପ୍ରତି ବ୍ୟକ୍ତିକୁ ପ୍ରଭାବିତ କରିଛି। ଆମେ ଦୃଢ଼ତାର ସହ ଏହାର ମୁକାବିଲା କରିଛୁ। ଓଡ଼ିଶା କୋଭିଡକୁ ପ୍ରଥମ ରାଜ୍ୟ ଭାବେ ବିପର୍ୟ୍ୟୟ ଘୋଷଣା କରିଥିଲା। ରାଜ୍ୟରେ ଲକଡାଉନ ଘୋଷଣା କରିଥିଲା। କୋଭିଡ ସମୟରେ ସରପଞ୍ଚ, ଆଶାକର୍ମୀ ଓ ଅନ୍ୟମାନେ ଭଲ କାମ କରିଛନ୍ତି। କୋଭିଡ ମୁକାବିଲା ପାଇଁ ଓଡିଶା ପ୍ରଶଂସିତ ହୋଇଛି।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ପ୍ରଥମ ରାଜ୍ୟ ଭାବେ ଓଡିଶା କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିଥିଲା। ଲକଡାଉନ୍ ଘୋଷଣା କରିଥିଲୁ । କୋଭିଡରେ ସରପଞ୍ଚ, ଆଶାକର୍ମୀ ଓ ଅନ୍ୟମାନେ ଭଲ କାମ କରିଛନ୍ତି । କୋଭିଡ୍ ମୁକାବିଲା ପାଇଁ ପ୍ରଶଂସିତ ହୋଇଛି ଓଡ଼ିଶା । ଏଥି ସହିତ କୋଭିଡ୍ ସତ୍ତ୍ୱେ ମଧ୍ୟ ଗତବର୍ଷ ତୁଳନାରେ ରାଜସ୍ୱ ସଂଗ୍ରହ ୭.୩ ପ୍ରତିଶତ ବଢ଼ିଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତ୍ତିରେ କହିଛନ୍ତି।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ରାଜ୍ୟ ସରକାର କରୋନା ମହାମାରୀ ସତ୍ତ୍ବେ ପୁରୀ, ଏକାମ୍ର କ୍ଷେତ୍ର, ସମଲେଶ୍ୱରୀ, ହରିଶଙ୍କର, ନୃସିଂହ ନାଥ, କୋଣାର୍କ ଓ ତାରାତାରିଣୀର ବିକାଶ ପାଇଁ କାମ କରୁଛନ୍ତି। ଏତିହ୍ୟ ସୁରକ୍ଷା ଓ ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ଆଜି ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ରଖିବା ବେଳେ ଅସନ୍ତୋଷ ପ୍ରକାଶ କରି ବିରୋଧୀ କଂଗ୍ରେସ ଓ ବିଜେପିର ନେତାମାନେ କକ୍ଷତ୍ୟାଗ କରିଥିଲେ। ବାଚସ୍ପତି ଗୃହକୁ ଆସନ୍ତା ସୋମବାର ୧୦ଟା ୩୦ ଯାଏ ମୁଲତବୀ ରଖିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର