ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାର ଦ୍ରୌପଦୀ ମୁର୍ମୁ ହୋଇଛନ୍ତି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ । ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି ଓଡ଼ିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ଓଡିଶାର ଲୋକଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ଟ୍ବିଟ କରି କହିଛନ୍ତି ମୁଖ୍ଯମନ୍ତ୍ରୀ। ଓଡ଼ିଶାର ସମସ୍ତ ଭୋଟ ଦ୍ରୌପଦୀଙ୍କୁ ମିଳିବ ବୋଲି ମୁଖ୍ଯମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ପୂର୍ବରୁ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଜଣାଇଛି ବିଜେଡ଼ି। ଦଳମତ ନିର୍ବିଶେଷରେ […]

ଭୁବନେଶ୍ବର: ଓଡ଼ିଶାର ଦ୍ରୌପଦୀ ମୁର୍ମୁ ହୋଇଛନ୍ତି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ । ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି ଓଡ଼ିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ଓଡିଶାର ଲୋକଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ଟ୍ବିଟ କରି କହିଛନ୍ତି ମୁଖ୍ଯମନ୍ତ୍ରୀ। ଓଡ଼ିଶାର ସମସ୍ତ ଭୋଟ ଦ୍ରୌପଦୀଙ୍କୁ ମିଳିବ ବୋଲି ମୁଖ୍ଯମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ପୂର୍ବରୁ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଜଣାଇଛି ବିଜେଡ଼ି। ଦଳମତ ନିର୍ବିଶେଷରେ ମାଟିର ଝିଅକୁ ସମର୍ଥନ କରିବାକୁ ବିଧାନସଭାର ସବୁ ସଦସ୍ଯଙ୍କୁ ଅପିଲ କରିଥିଲେ ମୁଖ୍ଯମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ସୂଚନାଯୋଗ୍ୟ, ଓଡିଶାର ମୟୁରଭଞ୍ଜ ଜିଲ୍ଲାରେ ଦ୍ରୌପଦୀଙ୍କ ଘର । ଦ୍ରୌପଦୀ  ୨୦ ଜୁନ ୧୯୫୮ରେ ଜନ୍ମ ଗ୍ରହଣ କରିଥିଲେ। ଆଦିବାସୀ ସମ୍ପ୍ରଦାୟରୁ ଆସିଥିବା ଦ୍ରୌପଦୀ ମୁର୍ମୁ ଜଣେ ଶିକ୍ଷକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ  ଜଳସେଚନ ବିଭାଗରେ କନିଷ୍ଠ ସହାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୯୯୭ ମସିହାରେ ରାଜନୀତିକୁ ପ୍ରବେଶ କରିଥିଲେ ଦ୍ରୌପଦୀ ମୁର୍ମୁ। ୧୯୯୭ରେ ଓ୍ବାର୍ଡ ସଭ୍ୟ ଭାବେ ନିର୍ବାଚିତ ହେବା ପରେ ରାଇରଙ୍ଗପୁର ପୌରାଧ୍ୟକ୍ଷା ପଦ ସମ୍ଭାଳିଥିଲେ । ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬, ୨୦୦୦ରୁ ଅଗଷ୍ଟ ୬, ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ୟ୍ୟନ୍ତ କାର୍ଯ୍ୟ କରିଥିଲେ । ୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ । ୧୯୯୭ରେ ଦ୍ରୌପଦୀ ମୁର୍ମୁଙ୍କୁ ଭାରତୀୟ ଜନତା ପାର୍ଟିର ଆଦିବାସୀ ମୋର୍ଚ୍ଚାର ଉପ-ସଭାପତି ପଦ ମିଳିଥିଲା । ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି । ୨୦୦୬ରୁ ୨୦୦୯ ପର୍ୟ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଜ୍ୟ ଅଧ୍ୟକ୍ଷା ରହିଛନ୍ତି । ୨୦୧୦ରେ ମୟୂରଭଞ୍ଜର ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ରହିଛନ୍ତି । ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ଓ ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି ।୨୦୧୫ ମସିହାରେ ମୁର୍ମୁ ଝାଡ଼ଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ ।

26 Jun 2022 By The Sakala

ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାର ଦ୍ରୌପଦୀ ମୁର୍ମୁ ହୋଇଛନ୍ତି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ । ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି ଓଡ଼ିଶାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ଓଡିଶାର ଲୋକଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ଟ୍ବିଟ କରି କହିଛନ୍ତି ମୁଖ୍ଯମନ୍ତ୍ରୀ। ଓଡ଼ିଶାର ସମସ୍ତ ଭୋଟ ଦ୍ରୌପଦୀଙ୍କୁ ମିଳିବ ବୋଲି ମୁଖ୍ଯମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି।

ପୂର୍ବରୁ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଜଣାଇଛି ବିଜେଡ଼ି। ଦଳମତ ନିର୍ବିଶେଷରେ ମାଟିର ଝିଅକୁ ସମର୍ଥନ କରିବାକୁ ବିଧାନସଭାର ସବୁ ସଦସ୍ଯଙ୍କୁ ଅପିଲ କରିଥିଲେ ମୁଖ୍ଯମନ୍ତ୍ରୀ।

ସୂଚନାଯୋଗ୍ୟ, ଓଡିଶାର ମୟୁରଭଞ୍ଜ ଜିଲ୍ଲାରେ ଦ୍ରୌପଦୀଙ୍କ ଘର । ଦ୍ରୌପଦୀ  ୨୦ ଜୁନ ୧୯୫୮ରେ ଜନ୍ମ ଗ୍ରହଣ କରିଥିଲେ। ଆଦିବାସୀ ସମ୍ପ୍ରଦାୟରୁ ଆସିଥିବା ଦ୍ରୌପଦୀ ମୁର୍ମୁ ଜଣେ ଶିକ୍ଷକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ  ଜଳସେଚନ ବିଭାଗରେ କନିଷ୍ଠ ସହାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୯୯୭ ମସିହାରେ ରାଜନୀତିକୁ ପ୍ରବେଶ କରିଥିଲେ ଦ୍ରୌପଦୀ ମୁର୍ମୁ। ୧୯୯୭ରେ ଓ୍ବାର୍ଡ ସଭ୍ୟ ଭାବେ ନିର୍ବାଚିତ ହେବା ପରେ ରାଇରଙ୍ଗପୁର ପୌରାଧ୍ୟକ୍ଷା ପଦ ସମ୍ଭାଳିଥିଲେ । ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି ।

ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬, ୨୦୦୦ରୁ ଅଗଷ୍ଟ ୬, ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ୟ୍ୟନ୍ତ କାର୍ଯ୍ୟ କରିଥିଲେ । ୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ । ୧୯୯୭ରେ ଦ୍ରୌପଦୀ ମୁର୍ମୁଙ୍କୁ ଭାରତୀୟ ଜନତା ପାର୍ଟିର ଆଦିବାସୀ ମୋର୍ଚ୍ଚାର ଉପ-ସଭାପତି ପଦ ମିଳିଥିଲା । ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି । ୨୦୦୬ରୁ ୨୦୦୯ ପର୍ୟ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଜ୍ୟ ଅଧ୍ୟକ୍ଷା ରହିଛନ୍ତି । ୨୦୧୦ରେ ମୟୂରଭଞ୍ଜର ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ରହିଛନ୍ତି । ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ଓ ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି ।୨୦୧୫ ମସିହାରେ ମୁର୍ମୁ ଝାଡ଼ଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର