ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି ନବୀନ ପଟ୍ଟନାୟକ କହିଛନ୍ତି। ସୂଚନା ଅନୁଯାୟୀ, ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ୨୫ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ୨୬ରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ୧୫ତମ ରାଷ୍ଟ୍ରପତି […]

ଭୁବନେଶ୍ବର: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି ନବୀନ ପଟ୍ଟନାୟକ କହିଛନ୍ତି।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

ସୂଚନା ଅନୁଯାୟୀ, ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ୨୫ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ୨୬ରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ସାରା ଦେଶ ଆନନ୍ଦମୁଖର ହୋଇପଡ଼ିଛି। ସ୍ବାଧୀନତ୍ତୋର ଭାରତରେ ପ୍ରଥମଥର ପାଇଁ ଜଣେ ମହିଳା ଆଦିବାସୀ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଧିଷ୍ଠିତ ହେବାକୁ ଯାଉଥିବାରୁ ବିଭିନ୍ନ ମହଲରେ ଉତ୍ସାହ ଦେଖାଯାଇଛି। ଆସନ୍ତା ୨୫ ତାରିଖରେ ଦ୍ରୌପଦୀ ମୁର୍ମୁ ଶପଥ ନେବେ ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଇରଙ୍ଗପୁରରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

22 Jul 2022 By The Sakala

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି ନବୀନ ପଟ୍ଟନାୟକ କହିଛନ୍ତି।

ସୂଚନା ଅନୁଯାୟୀ, ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ୨୫ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ୨୬ରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ସାରା ଦେଶ ଆନନ୍ଦମୁଖର ହୋଇପଡ଼ିଛି। ସ୍ବାଧୀନତ୍ତୋର ଭାରତରେ ପ୍ରଥମଥର ପାଇଁ ଜଣେ ମହିଳା ଆଦିବାସୀ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଧିଷ୍ଠିତ ହେବାକୁ ଯାଉଥିବାରୁ ବିଭିନ୍ନ ମହଲରେ ଉତ୍ସାହ ଦେଖାଯାଇଛି। ଆସନ୍ତା ୨୫ ତାରିଖରେ ଦ୍ରୌପଦୀ ମୁର୍ମୁ ଶପଥ ନେବେ ।

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର