କୋରାପୁଟ ସଭାରେ ବିରୋଧୀଙ୍କ ଉପରେ ନବୀନଙ୍କ ଶାଣିତ ଆକ୍ରମଣ

The Sakala Picture
Published On

ଜୟପୁର: ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଏବଂ ଗଜପତି ଗସ୍ତରେ ଯାଇ ନିର୍ବାଚନ ପ୍ରଚାର କରିବେ। ଏହି କ୍ରମରେ ପ୍ରଥମେ ମୁଖ୍ୟମନ୍ତ୍ରୀ କୋରାପୁଟ ସଭାରେ ପହଞ୍ଚି ବିରୋଧୀଙ୍କ ଉପରେ ଶାଣିତ ଆକ୍ରମଣ କରିଥିଲେ । ବିରୋଧୀଙ୍କୁ ନିଶାନାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳଙ୍କ ବିରୋଧରେ ମିଥ୍ୟା କଥା କହିବାର ଅଭିଯୋଗ କରିଛନ୍ତି। ସଭାରେ ଉଦବୋଧନ ଦେଇ ସେ କହିଥିଲେ ଯେ, ବିରୋଧୀ ଦଳ ମିଛ କଥା […]

ଜୟପୁର: ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଏବଂ ଗଜପତି ଗସ୍ତରେ ଯାଇ ନିର୍ବାଚନ ପ୍ରଚାର କରିବେ। ଏହି କ୍ରମରେ ପ୍ରଥମେ ମୁଖ୍ୟମନ୍ତ୍ରୀ କୋରାପୁଟ ସଭାରେ ପହଞ୍ଚି ବିରୋଧୀଙ୍କ ଉପରେ ଶାଣିତ ଆକ୍ରମଣ କରିଥିଲେ । ବିରୋଧୀଙ୍କୁ ନିଶାନାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳଙ୍କ ବିରୋଧରେ ମିଥ୍ୟା କଥା କହିବାର ଅଭିଯୋଗ କରିଛନ୍ତି। ସଭାରେ ଉଦବୋଧନ ଦେଇ ସେ କହିଥିଲେ ଯେ, ବିରୋଧୀ ଦଳ ମିଛ କଥା କହୁଛନ୍ତି । ବିରୋଧୀ ଦଳର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଆପଣାମାନେ ମୋତେ ଆଶୀର୍ବାଦ କରନ୍ତୁ। ଶଙ୍ଖ ଚିହ୍ନକୁ ଆଶୀର୍ବାଦ କରନ୍ତୁ । ଏମଏଲଏ ଓ ଏମପି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ ।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ବିରୋଧୀଙ୍କ ଉପରେ ଆକ୍ରମଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ବିଜୁ ଜନତା ଦଳ ସରକାରର ଉପଲବ୍ଧି ସକ୍ଷପରେ କହିଥିଲେ । ସେ ସଭାରେ ଥିବା ଭୋଟରଙ୍କୁ ସରକାରୀ ଯୋଜନା ବାବଦରେ ପଚାରି ବୁଝିଥିଲେ ଯେ,ଯୋଜନା ଗୁଡିକ ଭଲ କି ନାହିଁ । ଠିକ୍ ଭାବରେ ଯୋଜନା ଦ୍ୱାରା ସେମାନେ ଉପକୃତ ହୋଇଛନ୍ତି କି ନାହିଁ ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ଭାଷଣ ଆରମ୍ଭରେ ସେ ଭୋଟରଙ୍କୁ ପଚାରିଥିଲେ ଯେ, ବିଏସକେୱାଇ ଭଲ କି ? ମିଶନ ଶକ୍ତି ଭଲ କି ? ମମତା ଯୋଜନା ଭଲ କି ? ପିଲା ମାନଙ୍କୁ ଦିଆଯାଉଥିବା ବୃତ୍ତି ଭଲ ଯୋଜନା କି ? କାଳିଆ ସ୍କିମ୍ ଭଲ କି ? ପୁରୀ ପରିକ୍ରମା ପ୍ରକଳ୍ପ ଭଲ କି ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ପଚାରିଥିଲେ । ସରକାରଙ୍କ ୭ ଫ୍ଲାଗସିପ୍ କାର୍ଯ୍ୟକ୍ରମ ବାବଦରେ ଲୋକଙ୍କ ମତ ନେଇ ସେ ଦକ୍ଷୀଣ ଓଡ଼ିଶାରୁ ବିରୋଧୀ ଦଳଙ୍କ ବିରୋଧରେ ଜୋରଦାର ଆକ୍ରମଣ କରିଛନ୍ତି। ବିରୋଧୀ ନେତା କୁମ୍ଭୀର କାନ୍ଦଣା କାନ୍ଦୁଥିବା କଥା କହି ନବୀନ ଆଗକୁ ଲଢେଇ ଜୋରଦାର ହେବାର ସଂକେତ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର