ଉତ୍କଳ ଦିବସ ଅବସରରେ ହିତାଧିକାରୀ ଚାଷୀଙ୍କୁ ଆଜି କାଳିଆ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ହିତାଧିକାରୀ ଚାଷୀଙ୍କୁ ମିଳିବ କାଳିଆ କିସ୍ତି । ଉତ୍କଳ ଦିବସ ଅବସରରେ ଆଜି ଚାଷୀମାନଙ୍କୁ କାଳିଆ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ କାଳିଆ କିସ୍ତି ଅର୍ଥ ବଣ୍ଟନ କରାଯିବ । ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବାକୁ ଥିବାରୁ ଏହି ଜିଲ୍ଲାର ହିତାଧିକାରୀଙ୍କୁ ଏହି ରାଶି ଉପନିର୍ବାଚନ ପରେ ପ୍ରଦାନ କରାଯିବ । ୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ […]

ଭୁବନେଶ୍ୱର: ଆଜି ହିତାଧିକାରୀ ଚାଷୀଙ୍କୁ ମିଳିବ କାଳିଆ କିସ୍ତି । ଉତ୍କଳ ଦିବସ ଅବସରରେ ଆଜି ଚାଷୀମାନଙ୍କୁ କାଳିଆ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ କାଳିଆ କିସ୍ତି ଅର୍ଥ ବଣ୍ଟନ କରାଯିବ । ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବାକୁ ଥିବାରୁ ଏହି ଜିଲ୍ଲାର ହିତାଧିକାରୀଙ୍କୁ ଏହି ରାଶି ଉପନିର୍ବାଚନ ପରେ ପ୍ରଦାନ କରାଯିବ ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ରାଜ୍ୟର ୧୪ ଲକ୍ଷ ଭୂମିହୀନ କୃଷି ଶ୍ରମିକ ଓ ୫୩ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଯୋଜନା ହୋଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର