ଚେସ୍ ଅଲିମ୍ପିଆଡର ମଶାଲକୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଚେସ୍ ଅଲିମ୍ପିଆଡର ମଶାଲକୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଲୋକସେବା ଭବନରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚେସର ଉତ୍ପତି ସ୍ଥଳ ଭାରତ । ଚେସ୍ ଚତୁରଙ୍ଗ ଭାବେ ଖେଳାଯାଉଥିଲା । ଚେସରେ ଭଲ ପ୍ରଦର୍ଶନ କରିଛି ଓଡ଼ିଶା । ଅନେକ ଓଡ଼ିଆ ଖେଳାଳି ସଫଳତା ଚେସରେ ପାଇଛନ୍ତି । ଓଡ଼ିଶାକୁ […]

ଭୁବନେଶ୍ୱର: ଚେସ୍ ଅଲିମ୍ପିଆଡର ମଶାଲକୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଲୋକସେବା ଭବନରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚେସର ଉତ୍ପତି ସ୍ଥଳ ଭାରତ । ଚେସ୍ ଚତୁରଙ୍ଗ ଭାବେ ଖେଳାଯାଉଥିଲା । ଚେସରେ ଭଲ ପ୍ରଦର୍ଶନ କରିଛି ଓଡ଼ିଶା । ଅନେକ ଓଡ଼ିଆ ଖେଳାଳି ସଫଳତା ଚେସରେ ପାଇଛନ୍ତି । ଓଡ଼ିଶାକୁ ମଶାଲ ଆସିଥିବାରୁ ଖୁସି ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ କିଟ୍ କନଭେନସନ ପରେ ସିଧାସଳଖ ପୁରୀ ଏବଂ ପୁରୀରୁ କୋଣାର୍କ ସୂର୍ଯ୍ଯ ମନ୍ଦିର ଯାଇ ସେଠାରୁ ଭୁବନେଶ୍ୱର ବିମାନବନ୍ଦରକୁ ଆସି ରାୟପୁର ଅଭିମୁଖେ ବାହାରିବ ମଶାଲ । ଲୋକସଭା ଭବନରେ ଅନୁଷ୍ଠିତ ହୋଇଥିବା ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, ସାଂସଦ ଅଚ୍ୟୁତ ସାମନ୍ତ, ଚେସ୍ ଖେଳାଳି ପଦ୍ମିନୀ ରାଉତ ଓ କିରଣ ମନିଷା ମହାନ୍ତି ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଅନ୍ଧାରୁଆରେ ଆହତ ଦନ୍ତାକୁ ନେଇ ଭୟ, ଜଙ୍ଗଲ ଛାଡ଼ି ଜନବସତି ନିକଟରେ ବୁଲୁଛି ହାତୀ

ଆଜି ସକାଳୁ ଦିଲ୍ଲୀରୁ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ମଶାଲକୁ ସ୍ୱାଗତ କରାଯାଇଥିଲା । ବିରାଟ ଶୋଭାଯାତ୍ରାରେ ବାହାରି ରାଜ୍ୟ ଅତିଥି ଭବନ, ପରେ ଲୋକ ସେବା ଭବନ ପହଞ୍ଚିଥିଲେ । ଆସନ୍ତା ୨୮ରୁ ତାମିଲନାଡୁ ମହାବଲ୍ଲିପୁରମରେ ହେବ ପ୍ରତିଯୋଗିତା । ଚେସ୍‌ ଅଲମ୍ପିଆଡରେ ୧୮୮ଟି ଦେଶ ଭାଗ ନେବେ । ଓଡ଼ିଶା ଏକ ମାତ୍ର ଖେଳାଳୀ ପଦ୍ମିନୀ ରାଉତ ଏଥିରେ ଭାଗନେବେ ।

ଆହୁରି ପଢ଼ନ୍ତୁ: କାମ ଦେଲା ୪ ପିସିଆର୍‌‌ କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି; ଭିଡ଼ହିଂସାରୁ ବର୍ତ୍ତିଗଲା ଯୁବକଙ୍କ ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର