ଆସନ୍ତାମାସ ୪ରେ ଗଜପତି, ୮ରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ଆସନ୍ତାମାସ ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଗଜପତି ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୨ ତାରିଖଠାରୁ ମନ୍ତ୍ରୀ, ବିଧାୟକ ଓ  ନେତାମାନେ ସେଠାରେ ପହଞ୍ଚିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପରେ ସେଠାରେ […]

ଭୁବନେଶ୍ବର : ଆସନ୍ତାମାସ ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଗଜପତି ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୨ ତାରିଖଠାରୁ ମନ୍ତ୍ରୀ, ବିଧାୟକ ଓ  ନେତାମାନେ ସେଠାରେ ପହଞ୍ଚିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପରେ ସେଠାରେ ମନ୍ତ୍ରୀ ଓ ବିଧାୟକ ମାନେ ଆଉ ତିନି ଦିନ ରହି ବିଭିନ୍ନ ବ୍ଲକ୍‌ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟ କରିବେ ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ମୁଖ୍ୟମନ୍ତ୍ରୀ ଅକ୍ଟୋବର ପହିଲାରେ ଗଜପତି ଜିଲ୍ଲା ଗସ୍ତ କରିବାର କାର୍ଯ୍ୟ କ୍ରମ ଥିଲା । କିନ୍ତୁ ବାତ୍ୟା ଓ ବର୍ଷା ପାଇଁ ତାହା ଘୁଞ୍ଚାଇ ଦିଆଯାଇଥିଲା । ୪ ତାରିଖରେ ଗଜପତି ଗସ୍ତ ପରେ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବା ସମ୍ଭାବନା ରହିଛି । ମୟୂରଭଞ୍ଜ ଯାଇ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବ। କୋଭିଡ ଦ୍ୱିତୀୟ ଲହର ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ସହ କିଛି ନୂଆ ପ୍ରକଳ୍ପ କାର୍ଯ୍ୟର ମଧ୍ୟ ଶୁଭାରମ୍ଭ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ମାଲକାନଗିରି ଜିଲ୍ଲାରୁ ନିଜର ବିଭିନ୍ନ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ  ମାଲକାନଗିରି‌ରୁ ପ୍ରଥମେ ବଣ୍ଟନ କାର୍ଯ୍ୟ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ତାହା ପରେ ସୁନ୍ଦରଗଡ଼ ଓ ବଲାଙ୍ଗୀର ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରିସାରିଛନ୍ତି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

29 Sep 2021 By The Sakala

ଆସନ୍ତାମାସ ୪ରେ ଗଜପତି, ୮ରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାମାସ ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଗଜପତି ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୨ ତାରିଖଠାରୁ ମନ୍ତ୍ରୀ, ବିଧାୟକ ଓ  ନେତାମାନେ ସେଠାରେ ପହଞ୍ଚିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପରେ ସେଠାରେ ମନ୍ତ୍ରୀ ଓ ବିଧାୟକ ମାନେ ଆଉ ତିନି ଦିନ ରହି ବିଭିନ୍ନ ବ୍ଲକ୍‌ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟ କରିବେ ।

ମୁଖ୍ୟମନ୍ତ୍ରୀ ଅକ୍ଟୋବର ପହିଲାରେ ଗଜପତି ଜିଲ୍ଲା ଗସ୍ତ କରିବାର କାର୍ଯ୍ୟ କ୍ରମ ଥିଲା । କିନ୍ତୁ ବାତ୍ୟା ଓ ବର୍ଷା ପାଇଁ ତାହା ଘୁଞ୍ଚାଇ ଦିଆଯାଇଥିଲା । ୪ ତାରିଖରେ ଗଜପତି ଗସ୍ତ ପରେ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବା ସମ୍ଭାବନା ରହିଛି । ମୟୂରଭଞ୍ଜ ଯାଇ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବ। କୋଭିଡ ଦ୍ୱିତୀୟ ଲହର ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ସହ କିଛି ନୂଆ ପ୍ରକଳ୍ପ କାର୍ଯ୍ୟର ମଧ୍ୟ ଶୁଭାରମ୍ଭ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ମାଲକାନଗିରି ଜିଲ୍ଲାରୁ ନିଜର ବିଭିନ୍ନ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ  ମାଲକାନଗିରି‌ରୁ ପ୍ରଥମେ ବଣ୍ଟନ କାର୍ଯ୍ୟ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ତାହା ପରେ ସୁନ୍ଦରଗଡ଼ ଓ ବଲାଙ୍ଗୀର ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରିସାରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର