ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : କ୍ଷତିଗ୍ରସ୍ତ ଅଞ୍ଚଳରେ ୧୫ ଦିନ ପାଇଁ ରିଲିଫ ସହାୟତା ଘୋଷଣା

The Sakala Picture
Published On

ଭୁବନେଶ୍ୱର :  ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି। ଆଉ ରାଜ୍ୟର ଏଭଳି ସମୟରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଆଜି ୫ଟି ଜିଲ୍ଲାର ବନ୍ୟାସ୍ଥିତି […]

ଭୁବନେଶ୍ୱର :  ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି। ଆଉ ରାଜ୍ୟର ଏଭଳି ସମୟରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଆଜି ୫ଟି ଜିଲ୍ଲାର ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ମହାସମାରୋହରେ ଚାଲିଛି ଦ୍ୱିତୀୟ ବାଲିଯାତ୍ରା: ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବଣ୍ଟାଯାଉଛି ଟଙ୍କ ତୋରାଣି

ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T  ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର ସାତ ଦିନ ମଧ୍ୟ୍ୟ ରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର 15ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନ କୁ ନିର୍ଦେଶ ଦେଇଛନ୍ତି।

18 Aug 2022 By The Sakala

ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : କ୍ଷତିଗ୍ରସ୍ତ ଅଞ୍ଚଳରେ ୧୫ ଦିନ ପାଇଁ ରିଲିଫ ସହାୟତା ଘୋଷଣା

ଭୁବନେଶ୍ୱର :  ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି। ଆଉ ରାଜ୍ୟର ଏଭଳି ସମୟରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଆଜି ୫ଟି ଜିଲ୍ଲାର ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T  ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ।

ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି।

ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର ସାତ ଦିନ ମଧ୍ୟ୍ୟ ରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର 15ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନ କୁ ନିର୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର