ରାଜଧାନୀରେ ବିଜେଡି ସୁପ୍ରିମୋଙ୍କ ମେଗା ରୋଡ ଶୋ; ନବୀନ ଓ ବିଜେଡି ଜିନ୍ଦାବାଦ ଧ୍ବନୀରେ ପ୍ରକମ୍ପିତ ହେଲା ଭୁବନେଶ୍ବର

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ଗୋଟିଏ ଝଲକ ପାଇବା ଓ ତାଙ୍କ ପାଖରୁ କିଛି ଶୁଣିବା ପାଇଁ ରାଜଧାନୀ ରାସ୍ତାରେ ରୁଣ୍ଡ ହୋଇଥିଲେ ଲକ୍ଷ ଲକ୍ଷ ଲୋକ । ଆଉ ଏହି ଜନସମୁଦ୍ର ଭିତରୁ ଶୁଭୁଥିଲା ନବୀନ ଜିନ୍ଦାବାଦ ଓ ବିଜେଡି ଜିନ୍ଦାବାଦ ଧ୍ବନୀ । ପୂରା ଭୁବନେଶ୍ବର ଥିଲା ଆଜି ନବୀନ ମୟ । ହଜାର ହଜାର ଛାତ୍ରଛାତ୍ରୀ, ମହିଳାଙ୍କ ଗହଣରେ […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ଗୋଟିଏ ଝଲକ ପାଇବା ଓ ତାଙ୍କ ପାଖରୁ କିଛି ଶୁଣିବା ପାଇଁ ରାଜଧାନୀ ରାସ୍ତାରେ ରୁଣ୍ଡ ହୋଇଥିଲେ ଲକ୍ଷ ଲକ୍ଷ ଲୋକ । ଆଉ ଏହି ଜନସମୁଦ୍ର ଭିତରୁ ଶୁଭୁଥିଲା ନବୀନ ଜିନ୍ଦାବାଦ ଓ ବିଜେଡି ଜିନ୍ଦାବାଦ ଧ୍ବନୀ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ପୂରା ଭୁବନେଶ୍ବର ଥିଲା ଆଜି ନବୀନ ମୟ । ହଜାର ହଜାର ଛାତ୍ରଛାତ୍ରୀ, ମହିଳାଙ୍କ ଗହଣରେ ପୂରି ଉଠିଲା ରାଜଧାନୀ ରାଜପଥ । ଗଙ୍ଗନଗର ଛକରୁ ଆରମ୍ଭ ହୋଇଥିବା ମେଗା ରୋଡ ଶୋ’ ଗୋପବନ୍ଧୁ ଛକ, ଡିଏଭି ସ୍କୁଲ ଛକ, ଶ୍ରୀକୃଷ୍ଣ କ୍ଲବ ଛକ, କଳିଙ୍ଗ ଷ୍ଟାଡିୟମ ଛକ, ବାୟାବାବା ମଠ, ସତ୍ଯନଗର, ଶିଶୁଭବନ ଛକ ଦେଇ ଯିବାବେଳେ ରାସ୍ତାର ଉଭୟ ପାର୍ଶ୍ବରେ ସମବେତ ଜନତାଙ୍କ ମଧ୍ଯରେ ଥିଲା ଅପୂର୍ବ ଉତ୍ସାହ । ସୁଖଦୁଃଖର ସାଥୀ ନେତାଙ୍କ ସାନ୍ନିଧ୍ଯ ଲାଭ କରିବା ଲାଗି ସବୁଠି ରହିଥିଲା ଉଦବେଳନ ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଏହି ଅବସରରେ ମୁଖ୍ଯମନ୍ତ୍ରୀ କହିଥିଲେ- ଜୁଲାଇ ମାସରୁ ବିଜୁଳି ବିଲ ମାଗଣା ହେବ । ସମସ୍ତଙ୍କ ଲାଗି ବିଏସକେୱାଇ ଲାଗୁ ହେବ । ଏହାସହ ଶଙ୍ଖ ଚିହ୍ନରେ ଭୋଟ ଦେବା ଲାଗି ସେ ଉପସ୍ଥିତ ଜନତାଙ୍କୁ ଦେଇଥିଲେ ଆହ୍ବାନ। ସମସ୍ତ ସ୍ଥାନରେ ହଜାର ହଜାର ଏସଏଚଜି ମହିଳା ବି ମୁଖ୍ଯମନ୍ତ୍ରୀଙ୍କୁ ଜଣାଇଥିଲେ ଶୁଭେଚ୍ଛା । ହାତରେ ବିଜେଡି ପତାକା ଧରି ମେଗା ଶୋ’ରେ ସାମିଲ ହୋଇଥିଲେ ରାଜଧାନୀବାସୀ । ରୋଡ ଶୋ’ରେ ସାମିଲ ହୋଇଥିଲେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର