ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌, ଜାଣନ୍ତୁ କାହାକୁ ମିଳିଲା କେଉଁ ପାହ୍ୟା

The Sakala Picture
Published On

ଭୁବନେଶ୍ବର : ନିଜ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିଛନ୍ତି। ପ୍ରଥମ ଥର ପାଇଁ ସମସ୍ତ ୨୦ ଜଣ ମନ୍ତ୍ରୀ ଗତକାଲି ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିବା ପରେ ଆଜି ନୂଆ ମନ୍ତ୍ରୀମାନେ ଶପଥ ନେଉଛନ୍ତି। ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଉଛନ୍ତି। ଆଜିର ଶପଥ ଗ୍ରହଣ ଉତ୍ସବରେ ପ୍ରଥମ […]

ଭୁବନେଶ୍ବର : ନିଜ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିଛନ୍ତି। ପ୍ରଥମ ଥର ପାଇଁ ସମସ୍ତ ୨୦ ଜଣ ମନ୍ତ୍ରୀ ଗତକାଲି ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିବା ପରେ ଆଜି ନୂଆ ମନ୍ତ୍ରୀମାନେ ଶପଥ ନେଉଛନ୍ତି। ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଉଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: SIR ପାଇଁ ମଧ୍ୟାହ୍ନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଫିଲ୍ଡ ଭିଜିଟ୍‌ ନ କରିବାକୁ CEOଙ୍କ ପରାମର୍ଶ

ଆଜିର ଶପଥ ଗ୍ରହଣ ଉତ୍ସବରେ ପ୍ରଥମ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଷମ କଟକର ବିଧାୟକ ଜଗନ୍ନାଥ ସାରକା । ଏହାପରେ ସୋନପୁର ବିଧାୟକ ନିରଞ୍ଜନ ପୁଜାରୀ, ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ଚିକିଟି ବିଧାୟିକା ଉଷା ଦେବୀ, କାମାକ୍ଷାନଗର ବିଧାୟକ ପ୍ରଫୁଲ ମଲ୍ଲିକ, ଆଳି ବିଧାୟକ ପ୍ରତାପ କେଶରୀ ଦେବ, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ୍ , ଝାରସୁଗୁଡା ବିଧାୟକ ନବକିଶୋର ଦାସ, ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ସମସ୍ତଙ୍କୁ  ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌ ।

ଆହୁରି ପଢ଼ନ୍ତୁ: ପୁରୀର ଏକ ହୋଟେଲରୁ TMC ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଉଠାଇନେଲା ପଶ୍ଚିମବଙ୍ଗ ପୁଲିସ୍

ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ନିମାପଡା ବିଧାୟକ ସମୀର ରଞ୍ଜନ ଦାସ, ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ର, ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡେଇ,ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ,କାକଟପୁର ବିଧାୟକ ତୁଷାରକାନ୍ତି ବେହେରା,ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ, ବିଜେପୁର ବିଧାୟିକା ରୀତା ସାହୁ ଓ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ ଶପଥ ନେଇଛନ୍ତି। ସମସ୍ତଙ୍କୁ  ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌ ।

ଆହୁରି ପଢ଼ନ୍ତୁ: ଏଥର ଡେରିରେ ଆସିବ ମୌସୁମୀ, ଓଡିଶାରେ ହେବ କମ୍ ବର୍ଷା

05 Jun 2022 By The Sakala

ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌, ଜାଣନ୍ତୁ କାହାକୁ ମିଳିଲା କେଉଁ ପାହ୍ୟା

ଭୁବନେଶ୍ବର : ନିଜ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିଛନ୍ତି। ପ୍ରଥମ ଥର ପାଇଁ ସମସ୍ତ ୨୦ ଜଣ ମନ୍ତ୍ରୀ ଗତକାଲି ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିବା ପରେ ଆଜି ନୂଆ ମନ୍ତ୍ରୀମାନେ ଶପଥ ନେଉଛନ୍ତି। ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଉଛନ୍ତି।

ଆଜିର ଶପଥ ଗ୍ରହଣ ଉତ୍ସବରେ ପ୍ରଥମ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଷମ କଟକର ବିଧାୟକ ଜଗନ୍ନାଥ ସାରକା । ଏହାପରେ ସୋନପୁର ବିଧାୟକ ନିରଞ୍ଜନ ପୁଜାରୀ, ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ଚିକିଟି ବିଧାୟିକା ଉଷା ଦେବୀ, କାମାକ୍ଷାନଗର ବିଧାୟକ ପ୍ରଫୁଲ ମଲ୍ଲିକ, ଆଳି ବିଧାୟକ ପ୍ରତାପ କେଶରୀ ଦେବ, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ୍ , ଝାରସୁଗୁଡା ବିଧାୟକ ନବକିଶୋର ଦାସ, ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ସମସ୍ତଙ୍କୁ  ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌ ।

ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ନିମାପଡା ବିଧାୟକ ସମୀର ରଞ୍ଜନ ଦାସ, ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ର, ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡେଇ,ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ,କାକଟପୁର ବିଧାୟକ ତୁଷାରକାନ୍ତି ବେହେରା,ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ, ବିଜେପୁର ବିଧାୟିକା ରୀତା ସାହୁ ଓ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ ଶପଥ ନେଇଛନ୍ତି। ସମସ୍ତଙ୍କୁ  ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର