ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ, ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ହେବେ ସାମିଲ

The Sakala Picture
Published On

ଭୁବନେଶ୍ୱର: ରାଷ୍ଟ୍ରପତି ରୂପେ ଆସନ୍ତା ୨୫ ତାରିଖରେ ଶପଥ ନେବେ ଦ୍ରୌପଦୀ ମୁର୍ମୁ। ଏହି ଉତ୍ସବରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଗତକାଲି ସକାଳେ ମୁଖ୍ୟମନ୍ତ୍ରୀ ଫୋନ୍‍ କରି ଦ୍ରୌପଦୀଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ନିଜର ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଶ୍ରୀମତୀ ମୁର୍ମୁ ମଧ୍ୟ ଏହି ପ୍ରସଙ୍ଗରେ ଟ୍ୱିଟ୍‍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଥିବା ପ୍ରକାଶ କରିଛନ୍ତି। ୪ ଦିନିଆ ଦିଲ୍ଲୀ ଗସ୍ତରେ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କ […]

ଭୁବନେଶ୍ୱର: ରାଷ୍ଟ୍ରପତି ରୂପେ ଆସନ୍ତା ୨୫ ତାରିଖରେ ଶପଥ ନେବେ ଦ୍ରୌପଦୀ ମୁର୍ମୁ। ଏହି ଉତ୍ସବରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଗତକାଲି ସକାଳେ ମୁଖ୍ୟମନ୍ତ୍ରୀ ଫୋନ୍‍ କରି ଦ୍ରୌପଦୀଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ନିଜର ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଶ୍ରୀମତୀ ମୁର୍ମୁ ମଧ୍ୟ ଏହି ପ୍ରସଙ୍ଗରେ ଟ୍ୱିଟ୍‍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଥିବା ପ୍ରକାଶ କରିଛନ୍ତି। ୪ ଦିନିଆ ଦିଲ୍ଲୀ ଗସ୍ତରେ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା କାର୍ଯ୍ୟକ୍ରମ ଥିବା ମଧ୍ୟ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: MMDR ସଂଶୋଧନ ବିଲ୍: ରାଜ୍ୟ ବିଜେପି ସାଂସଦଙ୍କୁ ଚିଠି ଲେଖିଲେ ନବୀନ, ଓଡ଼ିଶାର ସ୍ୱାର୍ଥ ରକ୍ଷା ପାଇଁ କଲେ ଆହ୍ୱାନ

ପୂର୍ବରୁ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‍ଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ମନୋନୀତ କରିବା ସମୟରେ ବିଦେଶରେ ଥାଇ ମୁଖ୍ୟମନ୍ତ୍ରୀ ତାଙ୍କ ବିଜୟ କାମନା କରିବା ସହ ଶୁଭେଚ୍ଛା ଜଣାଇଥିଲେ। ବିଜେଡି ତାଙ୍କୁ ସମର୍ଥନ କରିବ ବୋଲି ଘୋଷଣା କରିବା ସହ ଦଳମତ ନିର୍ବିଶେଷରେ ରାଜ୍ୟର ସମସ୍ତ ସାଂସଦ ଓ ବିଧାୟକ ତାଙ୍କୁ ଭୋଟ ଦେବାକୁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ସ୍ୱାଧୀନ ସଦସ୍ୟ ମକରନ୍ଦ ମୁଦୁଲି ଦ୍ରୌପଦୀଙ୍କୁ ସମର୍ଥନ ଘୋଷଣା କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ମଧ୍ୟ ଦ୍ରୌପଦୀଙ୍କୁ ସମର୍ଥନ ଦେବାକୁ ଅନୁରୋଧ କରିଥିଲେ ଏବଂ ନବୀନଙ୍କ ପ୍ରତିନିଧି ଭାବରେ ଦଳୀୟ ନେତାମାନେ ପିସିସି ସଭାପତି ଓ କଂଗ୍ରେସ ବିଧାୟକମାନଙ୍କୁ ଭେଟି ଦ୍ରୌପଦୀଙ୍କ ସପକ୍ଷରେ ସମର୍ଥନ ଲୋଡ଼ିଥିଲେ। ଏହି କ୍ରମରେ ଦ୍ରୌପଦୀଙ୍କ ଶପଥ ଉତ୍ସବରେ ନବୀନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ! ଅନୁଗୁଳରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା,୧୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ଆସନ୍ତାକାଲି ଅପରାହ୍ନରେ ସଂସଦ କେନ୍ଦ୍ରୀୟ ହଲ୍‍ରେ ବର୍ତ୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ଲୋକସଭା ଓ ରାଜ୍ୟସଭାର ସାଂସଦ ଓ ବିରୋଧୀ ଦଳର ସଦସ୍ୟମାନେ ଏହି ସମାବେଶରେ ଉପସ୍ଥିତ ରହିବେ।

ଆହୁରି ପଢ଼ନ୍ତୁ: ଆଜିଠୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି, ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ SOP ଅନୁଯାୟୀ ଗଣତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର