ଆଜି ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରୀଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ଉଦାହରଣୀୟ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ସମ୍ମାନିତ କରାଯାଇଛି। ଏହିକ୍ରମରେ ନୂଆଦିଲ୍ଲୀସ୍ଥିତ କ୍ୟାପିଟାଲ ଫାଉଣ୍ଡସେନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ […]

ଭୁବନେଶ୍ୱର: ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରୀଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ଉଦାହରଣୀୟ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ସମ୍ମାନିତ କରାଯାଇଛି। ଏହିକ୍ରମରେ ନୂଆଦିଲ୍ଲୀସ୍ଥିତ କ୍ୟାପିଟାଲ ଫାଉଣ୍ଡସେନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଆଜି ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯିବ।  ଦିଲ୍ଲୀସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ୍‌ ସେଣ୍ଟର ଅଡିଟୋରିୟମରେ ସକାଳ ୧୦ଟାରେ ଆରମ୍ଭ ହେବ କାର୍ଯ୍ୟକ୍ରମ । ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କ ଠାରୁ ସମ୍ମାନଜନକ ପୁରସ୍କାର ଗ୍ରହଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଗର୍ବ ଓ ଗୌରବର ଏହି ମୁହୂର୍ତ୍ତକୁ ସ୍ମରଣୀୟ କରିବାକୁ ମେଗା ପ୍ଲାନ କରିଛି ବିଜୁ ଜନତା ଦଳ । ନୂଆଦିଲ୍ଲୀରେ ଶକ୍ତି ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ଛାତ୍ର ଓ ଯୁବ ବିଜେଡି କର୍ମକର୍ତ୍ତା ନୂଆ ଦିଲ୍ଲୀରେ ଉପସ୍ଥିତ ଅଛନ୍ତି। ଏହି ପରିପେକ୍ଷୀରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ତତ୍ୱାବଧାନରେ ତଥା ବିଜୁଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ବା ଯୁବ ଓ ଛାତ୍ର ବ୍ୟାପାର ଅଧକ୍ଷ ପ୍ରଣବ ବଳବନ୍ତରାୟଙ୍କ ପରିଚାଳନା କ୍ରମେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀରଞ୍ଜନ ତ୍ରିପାଠୀ ଓ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ବ୍ୟୋମକେଶ ରାୟଙ୍କ ନେତୃତ୍ୱରେ ଯୁବ ବିଜେଡିର କର୍ମକର୍ତ୍ତାମାନେ ଏହି ସମ୍ବର୍ଦ୍ଧନ ସଭାରେ ସାମିଲ ହେବେ ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଦିଲ୍ଲୀକୁ ଦୁଲୁକାଇବେ ପ୍ରବାସୀ ଓଡ଼ିଆ ଓ ବିଜେଡି ନେତା ଓ କର୍ମୀ । ପ୍ରବାସୀ ଓଡ଼ିଆ ଓ ବିଜେଡି ନେତା ମୁଖ୍ୟମନ୍ତ୍ରୀଙ୍କୁ ଦେବେ ଭବ୍ୟ ସମ୍ବର୍ଦ୍ଧନା । ମନେ ରଖିବା ଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏପିଜେ ଅବଦୁଲ୍‌ କଲାମ ରୋଡ୍‌ ସ୍ଥିତ ନବୀନ ପଟ୍ଟନାୟକଙ୍କ ବାସଭବନ ଆଗରେ ମଧ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ଯୋଜନା ପ୍ରସ୍ତୁତ କରାଯଇଛି। ମଙ୍ଗଳବାର ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ନବୀନ ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର