ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଅଙ୍ଗନବାଡି କର୍ମୀଙ୍କ ମାସିକ ପାରିଶ୍ରମିକ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ଆହୁରି ପଢ଼ନ୍ତୁ: ୨.୦୭ କୋଟିର ‘ଡିଜିଟାଲ ଆରେଷ୍ଟ’ ଠକେଇ: ଓଡ଼ିଶା ଓ ରାଜସ୍ଥାନରୁ ୩ ଜଣଙ୍କୁ ଗିରଫ କଲା CBI

ସୂଚନାଯୋଗ୍ୟ ଯେ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଅଚାନକ ମାଡ଼ି ଆସିଲା ବନ୍ୟାପାଣି, ଗଛ ଉପରେ ରାତି କାଟିଲେ ୧୪ ଶ୍ରମିକ...

ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ  ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା । ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ବର୍ତ୍ତମାନ ବନ୍ୟା ଆଶଙ୍କା ନାହିଁ: ହୀରାକୁଦକୁ ଆସୁଥିବା ବନ୍ୟାଜଳ ଉପରେ ଜଳସମ୍ପଦ ବିଭାଗର ନଜର

ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ। ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ – ଚାରି ମାସର  ବର୍ଦ୍ଧିତ ବକେୟା ରାଶି  ମାର୍ଚ୍ଚ 5   ତାରିଖ  ରୁ  10   ତାରିଖ  ମଧ୍ୟରେ  ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ।

ସେହିପରି ଅଙ୍ଗନବାଡି କର୍ମଚାରୀଙ୍କ EXIT POLICY (ସେବା ନିବୃତ୍ତି) ରେ ପାଉଥିବା ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି। ଏହା ୦୧.୦୪.୨୦୨୪ ଠାରୁ ଲାଗୁହେବ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନବାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ।

ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହି ସୁବିଧା ମଧ୍ୟ ୦୧.୦୪.୨୦୨୪ରୁ ଲାଗୁ ହେବ।

29 Feb 2024 By The Sakala

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଅଙ୍ଗନବାଡି କର୍ମୀଙ୍କ ମାସିକ ପାରିଶ୍ରମିକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ ଯେ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ  ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା । ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା।

ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ। ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ – ଚାରି ମାସର  ବର୍ଦ୍ଧିତ ବକେୟା ରାଶି  ମାର୍ଚ୍ଚ 5   ତାରିଖ  ରୁ  10   ତାରିଖ  ମଧ୍ୟରେ  ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ।

ସେହିପରି ଅଙ୍ଗନବାଡି କର୍ମଚାରୀଙ୍କ EXIT POLICY (ସେବା ନିବୃତ୍ତି) ରେ ପାଉଥିବା ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି। ଏହା ୦୧.୦୪.୨୦୨୪ ଠାରୁ ଲାଗୁହେବ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନବାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ।

ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହି ସୁବିଧା ମଧ୍ୟ ୦୧.୦୪.୨୦୨୪ରୁ ଲାଗୁ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର