କୋଭିଡ଼ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: କୋଭିଡ ବିପଦ ଦୂର ହୋଇନାହିଁ, ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ଜରୁରୀ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଡିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ବିଶେଷଜ୍ଞମାନଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ବାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ବ ରହିଛି । ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ବାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି CHC level ପର୍ଯ୍ୟନ୍ତ ଯେଭଳି ସ୍ବାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା IICଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

କୋଭିଡର ଦ୍ବିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, MGNREGS ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୁଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମା ମାନଙ୍କ ଠାରୁ ଆରମ୍ଭ କରି street vendor ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି । ଏପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ବାରୋପ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ବୈଠକରେ ଅବଗତ କରିଥିଲେ । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ । ବୈଠକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରୀତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ। ଏହି ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର