କାଲି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, G-20 ଅଧ୍ୟକ୍ଷତାକୁ ନେଇ ବସୁଥିବା ବୈଠକରେ ହେବେ ସାମିଲ

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । G-20 ଅଧ୍ୟକ୍ଷତାକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକରେ ହେବେ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ବୈଠକ । ଏ ନେଇ ଆସନ୍ତାକାଲି ସକାଳୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା କାର୍ଯ୍ୟକ୍ରମ ରହିଛି । କାଲି ବୈଠକରେ ଯୋଗ ଦେବା ପରେ ତା’ପର ଦିନ ଅର୍ଥାତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭୁବନେଶ୍ବର ଫେରିବେ । ସୂଚନାଯୋଗ୍ୟ ନଭେମ୍ବର ୨୦୨୩ ଯାଏଁ […]

ଭୁବନେଶ୍ବର : ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । G-20 ଅଧ୍ୟକ୍ଷତାକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକରେ ହେବେ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ବୈଠକ । ଏ ନେଇ ଆସନ୍ତାକାଲି ସକାଳୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା କାର୍ଯ୍ୟକ୍ରମ ରହିଛି । କାଲି ବୈଠକରେ ଯୋଗ ଦେବା ପରେ ତା’ପର ଦିନ ଅର୍ଥାତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭୁବନେଶ୍ବର ଫେରିବେ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସୂଚନାଯୋଗ୍ୟ ନଭେମ୍ବର ୨୦୨୩ ଯାଏଁ ଭାରତ G-20 ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ରାଜସ୍ଥାନ ଉଦୟପୁରରେ ଆଜି ସଂଧ୍ୟାରେ ବସିବ ପ୍ରଥମ ବୈଠକ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି । ଗୁରୁତ୍ବପୂର୍ଣ୍ଣ କଥା ହେଲା, G-20ର ୫ଟି ପ୍ରମୁଖ ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଯାହାଦ୍ବାରା ଭାରତର ଐତିହ୍ୟକୁ ବିଶ୍ବ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ । ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତ୍ତିରାଜି ନିକଟରେ ୫ଟି ବୈଠକ ଆୟୋଜିତ ହେବ । ଏହି ସବୁ ଐତିହ୍ୟ ସ୍ଥଳଗୁଡ଼ିକ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର, କର୍ଣ୍ଣାଟକର ହାମ୍ପି, ଆଗ୍ରାର ତାଜମହଲ ଓ ମଧ୍ୟପ୍ରଦେଶର ଖଜୁରାହୋ । ୫ଟି ବୈଠକ ମଧ୍ୟରୁ ତାଜମହଲ ନିକଟରେ ୨ଟି ଅନ୍ୟ ଐତିହ୍ୟ ସ୍ଥଳଗୁଡ଼ିକରେ ଗୋଟିଏ ଲେଖାଏଁ ବୈଠକ ହେବ ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

04 Dec 2022 By The Sakala

କାଲି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, G-20 ଅଧ୍ୟକ୍ଷତାକୁ ନେଇ ବସୁଥିବା ବୈଠକରେ ହେବେ ସାମିଲ

ଭୁବନେଶ୍ବର : ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । G-20 ଅଧ୍ୟକ୍ଷତାକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକରେ ହେବେ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ବୈଠକ । ଏ ନେଇ ଆସନ୍ତାକାଲି ସକାଳୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା କାର୍ଯ୍ୟକ୍ରମ ରହିଛି । କାଲି ବୈଠକରେ ଯୋଗ ଦେବା ପରେ ତା’ପର ଦିନ ଅର୍ଥାତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭୁବନେଶ୍ବର ଫେରିବେ ।

ସୂଚନାଯୋଗ୍ୟ ନଭେମ୍ବର ୨୦୨୩ ଯାଏଁ ଭାରତ G-20 ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ରାଜସ୍ଥାନ ଉଦୟପୁରରେ ଆଜି ସଂଧ୍ୟାରେ ବସିବ ପ୍ରଥମ ବୈଠକ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି । ଗୁରୁତ୍ବପୂର୍ଣ୍ଣ କଥା ହେଲା, G-20ର ୫ଟି ପ୍ରମୁଖ ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ ।

ଯାହାଦ୍ବାରା ଭାରତର ଐତିହ୍ୟକୁ ବିଶ୍ବ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ । ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତ୍ତିରାଜି ନିକଟରେ ୫ଟି ବୈଠକ ଆୟୋଜିତ ହେବ । ଏହି ସବୁ ଐତିହ୍ୟ ସ୍ଥଳଗୁଡ଼ିକ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର, କର୍ଣ୍ଣାଟକର ହାମ୍ପି, ଆଗ୍ରାର ତାଜମହଲ ଓ ମଧ୍ୟପ୍ରଦେଶର ଖଜୁରାହୋ । ୫ଟି ବୈଠକ ମଧ୍ୟରୁ ତାଜମହଲ ନିକଟରେ ୨ଟି ଅନ୍ୟ ଐତିହ୍ୟ ସ୍ଥଳଗୁଡ଼ିକରେ ଗୋଟିଏ ଲେଖାଏଁ ବୈଠକ ହେବ ।

https://www.thesakala.in/latest-odisha-news/cm-naveens-2-day-visit-to-delhi-from-tomorrow/article-17068
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର