ଡିସେମ୍ବର ୧୬ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ..

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତ ତା.୨୮.୧୦.୨୦୨୪ ରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ ସେମାନଙ୍କ ପାଇଁ କେବଳ ଏହି ଶୁଣାଣି ଉଦ୍ଦିଷ୍ଟ ହେବ। ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ […]

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତ ତା.୨୮.୧୦.୨୦୨୪ ରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ ସେମାନଙ୍କ ପାଇଁ କେବଳ ଏହି ଶୁଣାଣି ଉଦ୍ଦିଷ୍ଟ ହେବ। ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ।ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସେହିପରି ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ଅନୁରୋଧ ମଧ୍ୟ କରାଯାଇଛି।

About The Author: The Sakala