ମିଶନ ଶକ୍ତି ମା’ ମାନଙ୍କ ସଫଳତା ମୋତେ ଆନନ୍ଦ ଦେଇଛି – ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି। ଏହାସହିତ ଅନୁଗୁଳରେ ୩୫୦ କୋଟି ଟଙ୍କାରେ ଦୁଇଟି ବୃହତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଏବଂ ଏହି ପ୍ରକଳ୍ପ ଦୁଇଟିକୁ ରାଜ୍ୟ କ୍ୟାବିନେଟ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି। ଏହାସହିତ ଅନୁଗୁଳରେ ୩୫୦ କୋଟି ଟଙ୍କାରେ ଦୁଇଟି ବୃହତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଏବଂ ଏହି ପ୍ରକଳ୍ପ ଦୁଇଟିକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ଦେଇସାରିଛି ବୋଲି କହିଥିଲେ। ଏହାଦ୍ବାରା ଜିଲ୍ଲାର ୪୮ଟି ପଞ୍ଚାୟତର ଲୋକ ପାନୀୟ ଜଳ ପାଇପାରିବେ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଅନୁଗୁଳକୁ ସେବା ଓ ସଂଗ୍ରାମର ଭୂମି ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀ, ମାଳତୀ ଚୌଧୁରୀ ଓ ପବିତ୍ର ମୋହନ ପ୍ରଧାନଙ୍କ ପରି ସଂଗ୍ରାମୀ ନେତାମାନଙ୍କ ତ୍ୟାଗ ଓ ସେବାକୁ ସ୍ମରଣ କରିଥିଲେ । ବିକାଶ ଅନୁଗୁଳର ସବୁଠାରୁ ବଡ ପରିଚୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନୁଗୁଳରେ ଶିଳ୍ପ ପ୍ରତିଷ୍ଠା ସହିତ ନିଯୁକ୍ତିର ସୁଯୋଗ ବଢୁଛି। ଚଳିତ ମେକ୍‌-ଇନ୍-ଓଡିଶାରେ ରାଜ୍ୟ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଅନୁଗୁଳରେ ଆଜିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଦ୍ବାରା ଜିଲ୍ଲାର ବିକାଶଧାରା ଆହୁରି ତ୍ବରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଅନୁଗୁଳର ମିଶନ ଶକ୍ତି ମାଆ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୪୨ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ । ଜିଲ୍ଲାର ୭୩୭୨ ମିଶନ ଶକ୍ତି ଗୋଷ୍ଠୀର ୭୫ ହଜାର ମହିଳା ଏହାଦ୍ବାରା ଉପକୃତ ହେବେ। ମିଶନ ଶକ୍ତି ତାଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତିଦିନ ମିଶନ ଶକ୍ତିର ମାଆ ମାନେ ତାଙ୍କୁ ଭେଟୁଛନ୍ତି ଓ ତାଙ୍କ ସଫଳତାର କାହାଣୀ କହୁଛନ୍ତି। ଏହା ତାଙ୍କୁ ଖୁବ ଆନନ୍ଦ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ମାଆ ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହାଁନ୍ତି ବୋଲି ପ୍ରକାଶ କରି ଏଥିପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ସେ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଗାମୀ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ସହାୟତା ଦିଆଯିବ। ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି, ଜିଲ୍ଲାର ବିଧାୟକମାନେ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୁଳ ଷ୍ଟାଡିଅମରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାପରେ ରେଲୱେ ଷ୍ଟେସନ ଯାଇ ସେଠାରେ ସମ୍ବଲପୁର-ଶାଲିମାର-ସମ୍ବଲପୁର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳବାଇ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ Angul Loco Shed Siding ଯାଇ ସେଠାରେ ନୂଆ MCRL ରେଲ ଲାଇନ ଉଦ୍‌ଘାଟନ କରିବା ସହିତ ଅନୁଗୁଳ-ବଳରାମ ଲିଙ୍କ ଗୁଡ୍‌ସ ଟ୍ରେନର ଶୁଭାରମ୍ଭ କରିଥିଲେ।

29 Dec 2022 By The Sakala

ମିଶନ ଶକ୍ତି ମା’ ମାନଙ୍କ ସଫଳତା ମୋତେ ଆନନ୍ଦ ଦେଇଛି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି। ଏହାସହିତ ଅନୁଗୁଳରେ ୩୫୦ କୋଟି ଟଙ୍କାରେ ଦୁଇଟି ବୃହତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଏବଂ ଏହି ପ୍ରକଳ୍ପ ଦୁଇଟିକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ଦେଇସାରିଛି ବୋଲି କହିଥିଲେ। ଏହାଦ୍ବାରା ଜିଲ୍ଲାର ୪୮ଟି ପଞ୍ଚାୟତର ଲୋକ ପାନୀୟ ଜଳ ପାଇପାରିବେ।

ଅନୁଗୁଳକୁ ସେବା ଓ ସଂଗ୍ରାମର ଭୂମି ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀ, ମାଳତୀ ଚୌଧୁରୀ ଓ ପବିତ୍ର ମୋହନ ପ୍ରଧାନଙ୍କ ପରି ସଂଗ୍ରାମୀ ନେତାମାନଙ୍କ ତ୍ୟାଗ ଓ ସେବାକୁ ସ୍ମରଣ କରିଥିଲେ । ବିକାଶ ଅନୁଗୁଳର ସବୁଠାରୁ ବଡ ପରିଚୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନୁଗୁଳରେ ଶିଳ୍ପ ପ୍ରତିଷ୍ଠା ସହିତ ନିଯୁକ୍ତିର ସୁଯୋଗ ବଢୁଛି। ଚଳିତ ମେକ୍‌-ଇନ୍-ଓଡିଶାରେ ରାଜ୍ୟ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଅନୁଗୁଳରେ ଆଜିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଦ୍ବାରା ଜିଲ୍ଲାର ବିକାଶଧାରା ଆହୁରି ତ୍ବରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୁଳର ମିଶନ ଶକ୍ତି ମାଆ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୪୨ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ । ଜିଲ୍ଲାର ୭୩୭୨ ମିଶନ ଶକ୍ତି ଗୋଷ୍ଠୀର ୭୫ ହଜାର ମହିଳା ଏହାଦ୍ବାରା ଉପକୃତ ହେବେ। ମିଶନ ଶକ୍ତି ତାଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତିଦିନ ମିଶନ ଶକ୍ତିର ମାଆ ମାନେ ତାଙ୍କୁ ଭେଟୁଛନ୍ତି ଓ ତାଙ୍କ ସଫଳତାର କାହାଣୀ କହୁଛନ୍ତି। ଏହା ତାଙ୍କୁ ଖୁବ ଆନନ୍ଦ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ମାଆ ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହାଁନ୍ତି ବୋଲି ପ୍ରକାଶ କରି ଏଥିପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ସେ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଗାମୀ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ସହାୟତା ଦିଆଯିବ। ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି, ଜିଲ୍ଲାର ବିଧାୟକମାନେ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୁଳ ଷ୍ଟାଡିଅମରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାପରେ ରେଲୱେ ଷ୍ଟେସନ ଯାଇ ସେଠାରେ ସମ୍ବଲପୁର-ଶାଲିମାର-ସମ୍ବଲପୁର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳବାଇ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ Angul Loco Shed Siding ଯାଇ ସେଠାରେ ନୂଆ MCRL ରେଲ ଲାଇନ ଉଦ୍‌ଘାଟନ କରିବା ସହିତ ଅନୁଗୁଳ-ବଳରାମ ଲିଙ୍କ ଗୁଡ୍‌ସ ଟ୍ରେନର ଶୁଭାରମ୍ଭ କରିଥିଲେ।

https://www.thesakala.in/latest-odisha-news/cm-said-that-the-success-of-mission-shakti-has-made-me-happy/article-17735
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର