କରୋନା ମୁକାବିଲା ପାଇଁ ବଲାଙ୍ଗିରକୁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କୋଭିଡ୍ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, କୋଭିଡର ପ୍ରଥମ ଲହରରେ ଗତବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ । ବଲାଙ୍ଗିର ଜିଲ୍ଲାରେ ଏଯାବତ୍ […]

ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କୋଭିଡ୍ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, କୋଭିଡର ପ୍ରଥମ ଲହରରେ ଗତବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୂଜା ଗେଟ୍ ଏବଂ ତୋରଣ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ବଲାଙ୍ଗିର ଜିଲ୍ଲାରେ ଏଯାବତ୍ ୧୬ ହଜାର ୯୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୪ ହଜାର ୩୧୬ ଜଣ ଆକ୍ରାନ୍ତ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ଜିଲ୍ଲାରେ ୨୫୭୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ଜିଲ୍ଲାରେ ୫୪ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା 'ଅର୍ଣ୍ଣବ': ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପାଇଁ ରେଡ୍ ଆଲର୍ଟ ଜାରି

ବଲାଙ୍ଗିର ଜିଲ୍ଲାରେ ୨ଟି କୋଭିଡ୍ ହସ୍ପିଟାଲ୍ ସହ ୪ଟି କୋଭିଡ୍ କେୟାର ସେଣ୍ଟର ରହିଛି । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜର କୋଭିଡ୍ ୱାର୍ଡରେ ୪୦ଟି ବେଡ୍ ସହ ୫୦ଟି ଆଇସିୟୁ ବେଡ୍ ରହିଛି । ସେହିଭଳି କିସ୍ କ୍ୟାମ୍ପସରେ ୮୦ଟି ବେଡ୍ ସହ ୨୦ଟି ଆଇସିୟୁ ବେଡ୍ ରହିଛି । ତା’ଛଡ଼ା ଟିଟିଲାଗଡ଼ ସିସିସିରେ ୧୩୦ଟି ବେଡ୍ ଥିବାବେଳେ କଣ୍ଟାବାଞ୍ଜି ଓ ବଲାଙ୍ଗିର ସରକାରୀ ପଲିଟେକନିକରେ ୧୫୦ଟି ଲେଖାଏଁ ଶଯ୍ୟା ରହିଛି ।

ଆହୁରି ପଢ଼ନ୍ତୁ: ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି: ଗଞ୍ଜାମ ଏବଂ ଗଜପତିରେ ଅକ୍ଟୋବର ୩୧ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର