ମନୋରଞ୍ଜନ
ଓଡ଼ିଶା
ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା, ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ…
ଭୁବନେଶ୍ୱର:ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୁଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା […]
ଭୁବନେଶ୍ୱର:ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା
ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ।
ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ
ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୁଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।






