ଉତ୍କଳ ଦିବସରେ ଚାଷୀଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୧ ତାରିଖ ଉତ୍କଳ ଦିବସରେ ଚାଷୀମାନଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍‌‌ଫରେନ୍ସିଂ ଜରିଆରେ ରାଜ୍ୟର ୫୩ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ଏହି ଅର୍ଥରାଶି ବଣ୍ଟନ କରାଯିବ। ତେବେ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷିତ ହୋଇଥିବାରୁ ସମ୍ପୃକ୍ତ ଜିଲ୍ଲାର ହିତାଧିକାରୀଙ୍କୁ ଏହି ରାଶି ଉପନିର୍ବାଚନ ପରେ ପ୍ରଦାନ କରାଯିବ। ୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ […]

ଭୁବନେଶ୍ୱର: ଆସନ୍ତା ୧ ତାରିଖ ଉତ୍କଳ ଦିବସରେ ଚାଷୀମାନଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍‌‌ଫରେନ୍ସିଂ ଜରିଆରେ ରାଜ୍ୟର ୫୩ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ଏହି ଅର୍ଥରାଶି ବଣ୍ଟନ କରାଯିବ। ତେବେ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷିତ ହୋଇଥିବାରୁ ସମ୍ପୃକ୍ତ ଜିଲ୍ଲାର ହିତାଧିକାରୀଙ୍କୁ ଏହି ରାଶି ଉପନିର୍ବାଚନ ପରେ ପ୍ରଦାନ କରାଯିବ। ୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ରାଜ୍ୟର ୧୪ ଲକ୍ଷ ଭୂମିହୀନ କୃଷି ଶ୍ରମିକ ଓ ୫୩ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଯୋଜନା ହୋଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର