ଆଜି ଆଉ ୩ଟି ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗ୍ରାମାଭିମୁଖୀ ମହତ୍ତ୍ଵାକାଂକ୍ଷୀ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଆଜି ଆଉ ୩ଟି ଜିଲ୍ଲାକୁ ସାମିଲ କରାଯିବ । କୋରାପୁଟ, ନୂଆପଡ଼ା ଓ ଯାଜପୁର ଜିଲ୍ଲାକୁ ଏହି ଯୋଜନାରେ ଆଜି ସାମିଲ କରାଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତିନିଟି ଜିଲ୍ଲାରେ ଆଭାସୀ ଜରିଆରେ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ। କୋରାପୁଟ ଜିଲ୍ଲାରେ ୧୨୦ କୋଟି ଟଙ୍କା ବ୍ୟୟରେ ୩ ହଜାର ୮୭ଟି ପ୍ରକଳ୍ପ, […]

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗ୍ରାମାଭିମୁଖୀ ମହତ୍ତ୍ଵାକାଂକ୍ଷୀ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଆଜି ଆଉ ୩ଟି ଜିଲ୍ଲାକୁ ସାମିଲ କରାଯିବ । କୋରାପୁଟ, ନୂଆପଡ଼ା ଓ ଯାଜପୁର ଜିଲ୍ଲାକୁ ଏହି ଯୋଜନାରେ ଆଜି ସାମିଲ କରାଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତିନିଟି ଜିଲ୍ଲାରେ ଆଭାସୀ ଜରିଆରେ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ। କୋରାପୁଟ ଜିଲ୍ଲାରେ ୧୨୦ କୋଟି ଟଙ୍କା ବ୍ୟୟରେ ୩ ହଜାର ୮୭ଟି ପ୍ରକଳ୍ପ, ନୂଆପଡ଼ା ଜିଲ୍ଲାରେ ୫୬ କୋଟି ଟଙ୍କାରେ ୧୭୬୫ଟି ପ୍ରକଳ୍ପ ଏବଂ ଯାଜପରୁ ଜିଲ୍ଲାରେ ୧୫୫ କୋଟି ଟଙ୍କା ବ୍ୟୟରେ ୪ ହଜାର ୧୦୯ ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଅକ୍ଟୋବର ୧୦ ତାରିଖରେ ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ। ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମ ପାଇଁ ୩ ହଜାର ୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନାରେ ରାଜ୍ୟର ୬ ହଜାର ୭୯୪ଟି ପଞ୍ଚାୟତ ସାମିଲ ହେବେ । ମୋଟ ୯୦ ହଜାର ୭୨୩ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ ।

About The Author: The Sakala