ରାଜ୍ୟରେ କମୁଛି ଶୀତର ପ୍ରଭାବ, ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ରାତି ତାପମାତ୍ରା

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ଶୀତର ପ୍ରଭାବ, ବଢ଼ୁଛି ରାତି ତାପମାତ୍ରା । ଆସନ୍ତା ୩ ଦିନ ଭିତରେ ଆହୁରି ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ବରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡି଼ ସହ କାକର ପଡି଼ବ । ଦିନର ତାପମାତ୍ରା ୩୧ ଡିଗ୍ରୀ ସହ ରାତି ତାପମାତ୍ରା ୧୭ ଡିଗ୍ରୀ ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ କେନ୍ଦ୍ରାପଡା, ଜଗତସିଂହପୁର,ଭଦ୍ରକ, ପୁରୀ ଜିଲ୍ଲାରେ ସକାଳେ ଘନ କୁହୁଡି଼ ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ରାତ୍ରି ତାପମାତ୍ରା ୯.୬ ଡିଗ୍ରୀ ରେର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା, ଶୁଭିବ ବ୍ରହ୍ମ ମହାମହିମା ଧ୍ବନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp