ପ୍ରବଳ ଜାଡରେ ଥରୁଛି ଓଡ଼ିଶା: ଆସନ୍ତା ୨ ଦିନ ଜାରି ରହିବ ଶୀତ ଲହରୀ, ୧୭ରୁ ପୁଣି ହେବ କୋହଲା ପାଗ…

The Sakala Picture
Published On

ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡ଼ିଶା। ଉପାନ୍ତରୁ ଉପକୂଳ ସବୁଠି ତଳମୁହାଁ ପାରଦ। ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଲା ତାପମାତ୍ରା। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଶୀତଳହରୀ ନେଇ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ସତର୍କତା ଜାରି। ୧୪ ଏବଂ ୧୫ ତାରିଖ ପାଇଁ ସତର୍କତା ଜାରି କରାଯାଇଛି। ଗତ ଦୁଇ ଦିନ ହେବ ରାଜ୍ୟରେ ତାପମାତ୍ରା କମିବା ସହ ଜାଡ ବଢିଛି। […]

ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡ଼ିଶା। ଉପାନ୍ତରୁ ଉପକୂଳ ସବୁଠି ତଳମୁହାଁ ପାରଦ। ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଲା ତାପମାତ୍ରା। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଶୀତଳହରୀ ନେଇ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ସତର୍କତା ଜାରି। ୧୪ ଏବଂ ୧୫ ତାରିଖ ପାଇଁ ସତର୍କତା ଜାରି କରାଯାଇଛି। ଗତ ଦୁଇ ଦିନ ହେବ ରାଜ୍ୟରେ ତାପମାତ୍ରା କମିବା ସହ ଜାଡ ବଢିଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ୫ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ପ୍ରବଳ ଜାଡ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ବିଶେଷ କରି ଅଧିକାଂଶ ସହରର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିବ। ପ୍ରବଳ ଜାଡ ସହ ଘନ କୁହୁଡି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ୧୦୦ ମିଟରରୁ କମ୍ ଦୃଶ୍ୟମାନ ଦୂରତା ରହିବ ବୋଲି ଆକଳନ କରାଯାଇଛି। ତେବେ ଆସନ୍ତା ୧୭ ତାରିଖରୁ ରାଜ୍ୟରେ ପୁଣି ହେବ କୋହଲା ପାଗ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ନେଇ ସତର୍କତା ଜାରି କରାଯାଇଛି। ୧୭ ରେ ପୁରୀ, ଗଞ୍ଜାମ, ଗଜପତି, ରାୟଗଡାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିଭଳି ୧୮ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୧୯ ରେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଜପତି, କୋରାପୁଟ ଏବଂ ମାଲକାନଗିରିରେ ହାଲୁକା ବର୍ଷା ହେବ। ବର୍ଷା ପ୍ରଭାବରେ ରାଜ୍ୟରେ ପୁଣି ଉପରମୁହାଁ ହେବ ପାଦର। ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

୨୦ ତାରିଖରୁ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ। ସେପଟେ ଗତ ୨୪ ଘଣ୍ଟାରେ ପାହାଡିଆ ଅଞ୍ଚଳ ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୨ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ଭାବରେ ରାଉରକେଲାରେ ୭.୨ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। କଟକରେ ୧୨ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବରରେ ୧୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର