ନୂଆବର୍ଷରୁ ବଢ଼ିବ ଶୀତ, ପ୍ରବଳ ଜାଡ ସହ ଅସ୍ତବ୍ୟସ୍ତ କରିବ ଘନ କୁହୁଡି

The Sakala Picture
Published On

ଭୁବନେଶ୍ୱର: ନୂଆବର୍ଷରୁ ବଢ଼ିବ ଶୀତ । ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ଶୀତ ବଢିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରାଯାଇଛି । ପ୍ରବଳ ଜାଡ ସହ ଘନ କୁହୁଡି କରିବ ଅସ୍ତବ୍ୟସ୍ତ । ସେପଟେ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ପଶ୍ଚିମା […]

ଭୁବନେଶ୍ୱର: ନୂଆବର୍ଷରୁ ବଢ଼ିବ ଶୀତ । ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ଶୀତ ବଢିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରାଯାଇଛି । ପ୍ରବଳ ଜାଡ ସହ ଘନ କୁହୁଡି କରିବ ଅସ୍ତବ୍ୟସ୍ତ ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ସେପଟେ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ପଶ୍ଚିମା ଝଡର ପ୍ରଭାବ ରହିବ । ୨୪ ଘଂଟା ମଧ୍ୟରେ ନବରଙ୍ଗପୁର, ବଲାଙ୍ଗୀର, ବରଗଡ, ସୋନପୁର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ନୂଆପଡାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ୩୧ ତାରିଖରୁ ଆଭ୍ୟନ୍ତରୀଣ ଓଡିଶାର କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ସମେତ କିଛି ଜିଲ୍ଲାରେ ତାପମାତ୍ରା କମିବ । ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ରାଜ୍ୟରେ ପଶ୍ଚିମାଝଡ଼ ସକ୍ରିୟ ଥିବାବେଳେ ଆସନ୍ତା ୨୪ ଘଂଟା ମଧ୍ୟରେ ଘନ କୁହୁଡି ନେଇ ୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇ ଜିଲ୍ଲାରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ ଦୂରତା । ସେହିଭଳି କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ ଓ ଅନୁଗୁଳରେ ମଧ୍ୟମ ଧରଣର କୁହୁଡି ନେଇ ସତର୍କତା ଜାରି କରାଯାଇଛି । ସେପଟେ ଗତ ୨୪ ଘଂଟା ମଧ୍ୟରେ ପାହାଡିଆ ଅଂଚଳ ଭାବରେ ଜି. ଉଦୟଗିରି ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରାଯାଇଛି । ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସମତଳ ଅଂଚଳ ଭାବରେ ଫୁଲବାଣୀରେ ୧୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱରରେ ୧୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

29 Dec 2024 By The Sakala

ନୂଆବର୍ଷରୁ ବଢ଼ିବ ଶୀତ, ପ୍ରବଳ ଜାଡ ସହ ଅସ୍ତବ୍ୟସ୍ତ କରିବ ଘନ କୁହୁଡି

ଭୁବନେଶ୍ୱର: ନୂଆବର୍ଷରୁ ବଢ଼ିବ ଶୀତ । ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ଶୀତ ବଢିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରାଯାଇଛି । ପ୍ରବଳ ଜାଡ ସହ ଘନ କୁହୁଡି କରିବ ଅସ୍ତବ୍ୟସ୍ତ ।

ସେପଟେ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ପଶ୍ଚିମା ଝଡର ପ୍ରଭାବ ରହିବ । ୨୪ ଘଂଟା ମଧ୍ୟରେ ନବରଙ୍ଗପୁର, ବଲାଙ୍ଗୀର, ବରଗଡ, ସୋନପୁର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ନୂଆପଡାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ୩୧ ତାରିଖରୁ ଆଭ୍ୟନ୍ତରୀଣ ଓଡିଶାର କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ସମେତ କିଛି ଜିଲ୍ଲାରେ ତାପମାତ୍ରା କମିବ । ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ଆକଳନ କରାଯାଇଛି ।

ରାଜ୍ୟରେ ପଶ୍ଚିମାଝଡ଼ ସକ୍ରିୟ ଥିବାବେଳେ ଆସନ୍ତା ୨୪ ଘଂଟା ମଧ୍ୟରେ ଘନ କୁହୁଡି ନେଇ ୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇ ଜିଲ୍ଲାରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ ଦୂରତା । ସେହିଭଳି କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ ଓ ଅନୁଗୁଳରେ ମଧ୍ୟମ ଧରଣର କୁହୁଡି ନେଇ ସତର୍କତା ଜାରି କରାଯାଇଛି । ସେପଟେ ଗତ ୨୪ ଘଂଟା ମଧ୍ୟରେ ପାହାଡିଆ ଅଂଚଳ ଭାବରେ ଜି. ଉଦୟଗିରି ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରାଯାଇଛି । ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସମତଳ ଅଂଚଳ ଭାବରେ ଫୁଲବାଣୀରେ ୧୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱରରେ ୧୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

https://www.thesakala.in/latest-odisha-news/cold-wave-will-increase-in-odisha-from-new-year/article-37591
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର