ବିଧାନସଭାର ବଜେଟ ଅଧିବେଶନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ କମିଶନର୍ ଏସ୍ ଦେବଦତ୍ତ ସିଂ ଏ ନେଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୪ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇ‌ଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ । ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ ୮ ଜଣ ଅତିରିକ୍ତ ଡିସିପି, ୨୪ ଜଣ ଏସିପି, ୨୭ ଜଣ ଇନ୍ସପେକ୍ଟର, ୧୧୦ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ । 

ଆହୁରି ପଢ଼ନ୍ତୁ: ଅସହ୍ୟ ଖରାରେ ଅସ୍ତବ୍ୟସ୍ତ ଜନଜୀବନ: ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ବିଭିନ୍ନ ସ୍ଥାନରେ ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା ।  ଲୋୟର ପିଏମଜି ରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସରଭେଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

16 Feb 2026 By Madhusudan Das

ବିଧାନସଭାର ବଜେଟ ଅଧିବେଶନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ କମିଶନର୍ ଏସ୍ ଦେବଦତ୍ତ ସିଂ ଏ ନେଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୪ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇ‌ଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ । ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ ୮ ଜଣ ଅତିରିକ୍ତ ଡିସିପି, ୨୪ ଜଣ ଏସିପି, ୨୭ ଜଣ ଇନ୍ସପେକ୍ଟର, ୧୧୦ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ । 

ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ବିଭିନ୍ନ ସ୍ଥାନରେ ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା ।  ଲୋୟର ପିଏମଜି ରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସରଭେଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର