ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ; ରାଜ୍ୟ ପ୍ରଦୁଷଣ ନିୟନ୍ତ୍ରଣ ବୋର୍ଡ ବାଲେଶ୍ବର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜରଙ୍କୁ ବାଧ୍ୟତାମୂଳକ ଅବସର

The Sakala Picture
Published On

ଭୁବନେଶ୍ୱର:ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି […]

ଭୁବନେଶ୍ୱର:ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବା କାର୍ଯ୍ୟର ସମୀକ୍ଷା କଲା ଏଏସଆଇର ୧୦ ଜଣିଆ ବିଶେଷଜ୍ଞ ଦଳ

ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସରକାର ରାଜ୍ୟ ପ୍ରଦୁଷଣ ନିୟନ୍ତ୍ରଣ ବୋର୍ଡ ବାଲେଶ୍ବର ଶାଖାର (State Pollution Control Board, Balasore) ପୂର୍ବତନ ରିଜିଓନାଲ ମ୍ୟାନେଜର ଶ୍ରୀ ନରୋତ୍ତମ ବେହେରାଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ବେହେରା ବର୍ତ୍ତମାନ ନିଲମ୍ବିତ ଅଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲା ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମାଈ ହାତୀର ମୃତଦେହ ଠାବ: ବିଦ୍ୟୁତ୍ ଆଘାତରେ ମୃତ୍ୟୁ ସନ୍ଦେହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର