ହେବ ନା ନାହିଁ ନବମ ଶ୍ରେଣୀ ପରୀକ୍ଷା ; ମନ୍ତ୍ରୀ କହିଲେ ଏପ୍ରିଲ ୩୦ ପରେ ନିଆଯିବ ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ଯୋଗୁ ସରକାର ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କୁ ବିଦ୍ୟାଳୟକୁ ଯିବାକୁ ମନା କରିଦେଇଥିଲେ। ତେବେ ସ୍କୁଲକୁ ୩୦ ଏପ୍ରିଲ ଯାଏଁ ବନ୍ଦ କରାଯାଇଥିବା ବେଳେ  ନବମ ଶ୍ରେଣୀ ପରୀକ୍ଷା ହେବା ନା ନାହିଁ ତା’କୁ ନେଇ ଲାଗି ରହିଛି ଦ୍ୱନ୍ଦ୍ୱ । ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ କହିଛନ୍ତି ଯେ ନବମ ଶ୍ରେଣୀ […]

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ଯୋଗୁ ସରକାର ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କୁ ବିଦ୍ୟାଳୟକୁ ଯିବାକୁ ମନା କରିଦେଇଥିଲେ। ତେବେ ସ୍କୁଲକୁ ୩୦ ଏପ୍ରିଲ ଯାଏଁ ବନ୍ଦ କରାଯାଇଥିବା ବେଳେ  ନବମ ଶ୍ରେଣୀ ପରୀକ୍ଷା ହେବା ନା ନାହିଁ ତା’କୁ ନେଇ ଲାଗି ରହିଛି ଦ୍ୱନ୍ଦ୍ୱ । ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ କହିଛନ୍ତି ଯେ ନବମ ଶ୍ରେଣୀ ପିଲାଙ୍କ କୋର୍ସ ପ୍ରାୟ ଅଧା ସରିଯାଇଛି, ଅଳ୍ପ ବାକି ରହିଛି । ଯେତିକି ପାଠପଢ଼ା ହୋଇଛି, ସେତିକି ପରୀକ୍ଷା କରାଇବା ପାଇଁ ବିଭାଗର ଇଚ୍ଛା ରହିଛି।ଆଗାମୀ ସ୍ଥିତିକୁ ଦେଖି ଆସନ୍ତା ୩୦ ତାରିଖ ପରେ ନବମ ଶ୍ରେଣୀ ପରୀକ୍ଷା ନେଇ ନିଷ୍ପତ୍ତି ହେବ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ଏଥି ସହିତ ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ପରୀକ୍ଷା ପୂର୍ବରୁ କିମ୍ବା ଦେଉଥିବା ସମୟରେ ଛାତ୍ରଛାତ୍ରୀ କୋଭିଡ ଆକ୍ରାନ୍ତ ହେଲେ ସେମାନଙ୍କୁ ବିକଳ୍ପ ବ୍ୟବସ୍ଥା ଜରିଆରେ ମାର୍କ ଦେବାକୁ ସିବିଏସଇ ନିଷ୍ପତ୍ତି ନେଇଛି। ମହାମାରୀ ସମୟରେ ଛାତ୍ରଛାତ୍ରୀଙ୍କର ଯେପରି ଗୋଟିଏ ବର୍ଷ ନଷ୍ଟ ନ ହୁଏ ସେଥିଲାଗି ଏହି ପଦକ୍ଷେପ ନେଇଛି ସିବିଏସଇ। ଆମେ ଏହାକୁ ଅନୁଧ୍ୟାନ କରିବୁ। ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଇଡବ୍ଲୁଏସ୍ କୋଟା ୱେବସାଇଟରେ ଏଯାଏ କିଛି ଘରୋଇ ସ୍କୁଲ ପଞ୍ଜିକରଣ କରିନାହାନ୍ତି। ସେଥିଲାଗି ସ୍କୁଲ ପଞ୍ଜିକରଣ ଅବଧିକୁ ଏପ୍ରିଲ ୨୩ ଯାଏ ବଢ଼ାଗଲା। ସେହିକ୍ରମରେ ଆର୍ଥିକ ଅନଗ୍ରସର ଵର୍ଗ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ତାରିଖ ଏପ୍ରିଲ ୩୦କୁ ବୃଦ୍ଧି କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତ।।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର