ଭୁବନେଶ୍ବରବାସୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ଵର। ଚୋରି, ରାହାଜାନୀ, ଛିନତାଇ ବଢ଼ିଛି। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ । ଭୁବନେଶ୍ବରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ । ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ଵର ଘରୁ ଚୋରି ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ସୋସିଆଲ ମିଡିଆରେ ସେ ପୋଷ୍ଟ କରିଛନ୍ତି- ଏହି ଘଟଣା କେବଳ ମୋର ପରିବାର ପାଇଁ ନୁହେଁ । ସମସ୍ତ ଭୁବନେଶ୍ୱରବାସୀଙ୍କ ସୁରକ୍ଷାକୁ ନେଇ […]

ଭୁବନେଶ୍ବର: ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ଵର। ଚୋରି, ରାହାଜାନୀ, ଛିନତାଇ ବଢ଼ିଛି। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ । ଭୁବନେଶ୍ବରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ । ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ଵର ଘରୁ ଚୋରି ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ସୋସିଆଲ ମିଡିଆରେ ସେ ପୋଷ୍ଟ କରିଛନ୍ତି- ଏହି ଘଟଣା କେବଳ ମୋର ପରିବାର ପାଇଁ ନୁହେଁ । ସମସ୍ତ ଭୁବନେଶ୍ୱରବାସୀଙ୍କ ସୁରକ୍ଷାକୁ ନେଇ ଚିନ୍ତିତ। ସରକାର ଓ ଆଇନଶୃଙ୍ଖଳାର ଅବହେଳା କାରଣରୁ ଲୋକଙ୍କ ଘର, ସାହି ଏବଂ ସମ୍ପଦ ବିପଦରେ ପଡ଼ିଛି । ଓଡ଼ିଶା ପୋଲିସ ଜନତାଙ୍କ ସୁରକ୍ଷା ନିଶ୍ଚିତ କରନ୍ତୁ । ଲୋକଙ୍କ ସୁରକ୍ଷା ବିଜେପି ସରକାରଙ୍କ ସର୍ବପ୍ରଥମ ପ୍ରାଥମିକତା ହେବା ଉଚିତ ବୋଲି ସୋସିଆଲ୍ ମିଡିଆରେ ପୋଷ୍ଟ କରି କହିଛନ୍ତି ନିରଞ୍ଜନ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ସେପଟେ ବିଜେଡି ବିଧାୟକ କଳିକେଶ ସିଂହଦେଓ ମଧ୍ୟ କଡ଼ା ସମାଲୋଚନା କରି କହିଛନ୍ତି, ଡବଲ ଇଂଜିନ ସରକାରରରେ ଆଇନ ଶୃଙ୍ଖଳା ବୋଲି କିଛି ନାହିଁ। ଡବଲ ଇଞ୍ଜିନରେ ପୂର୍ବରୁ ଗୋଟେ ଇଂଜନ ଫେଲ୍ ହୋଇଯାଇଥିଲା । ଏବେ ଦୁଇଟା ଯାକ ଇଞ୍ଜିନ ଫେଲ । ଭୁବନେଶ୍ଵରରୁ ବଲାଙ୍ଗିର ଯାଏ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ । ବରିଷ୍ଠ କଂଗ୍ରେସ ନେତାଙ୍କ ଘରୁ ଚୋରି ହୋଇଛି। ହେଲେ ସରକାର ଯେପରି ପଦକ୍ଷେପ ନେବା କଥା, ନେଉ ନାହାନ୍ତି। ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ତା ଉପରେ ସରକାର ଧ୍ୟାନ ଦିଅନ୍ତୁ। ଚୋରି, ଡକାୟତି ବଢିଛି, ହତ୍ୟା ବି ବଢ଼ିଛି । ଲୋକେ କିପରି ସୁରକ୍ଷିତ ରହିବେ ବୋଲି ପ୍ରଶ୍ନ କରିଛନ୍ତି କଳିକେଶ ସିଂହଦେଓ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ସେପଟେ ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣା ନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର କହିଛନ୍ତି, ଏତଲା କରାଯାଇଛି। ସମସ୍ତ ସିସିଟିଭି ଯାଞ୍ଚ କରାଯାଇଛି । ନିରଞ୍ଜନଙ୍କ ପରିବାର ସଦସ୍ୟଙ୍କ ସହଯୋଗରେ ତଦନ୍ତ ଚାଲିଛି । ତଦନ୍ତ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ ସୁରାଗ ମିଳିଛି। ସେହି ତଥ୍ୟ ଆଧାରରେ ଛାନଭିନ ଚାଲିଛି । ଖୁବ ଶୀଘ୍ର ଅଭିଯୁକ୍ତ ପାଖେ ପହଞ୍ଚିବ କମିଶନରେଟ ପୋଲିସ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର