ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ । ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ଡାକରା ଦେଇଛି, ଯାହାକୁ କଂଗ୍ରେସ ସମର୍ଥନ ଜଣାଇବ । ସମର୍ଥନ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ସୂଚନା । ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ବନ୍ଦ ପାଳନକୁ ସମର୍ଥନ ଜଣାଇବାକୁ ସବୁ ଜିଲ୍ଲା କଂଗ୍ରେସ କମିଟିକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଭକ୍ତ ଦାସ କହିଛନ୍ତି । ରାଜ୍ୟରେ ମଣ୍ଡି ସମସ୍ୟା ଉତ୍କଟ ରୂପ ଧାରଣ କରିଥିବାବେଳେ ସରକାର ଚାଷୀଙ୍କ ସହ ଖେଳ ଖେଳୁଛନ୍ତି ବୋଲି ଅଭିଯୋଗ କରିଛି ନବ ନିର୍ବାଣ କୃଷକ ସଂଘ । ଧାନକିଣାରେ ଅବ୍ୟବସ୍ଥା, ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡକୁ ବିରୋଧ କରି ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ଡାକରା ଦେଇଛି । 

ଆହୁରି ପଢ଼ନ୍ତୁ: ଶଙ୍ଖ ଭବନରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ, ଜାତୀୟ ପତାକା ଉତ୍ତୋଳନ କଲେ ବିଜେଡି ସଭାପତି ନବୀନ

ସମସ୍ତ ଚାଷୀଙ୍କ ଧାନ ଏମ୍ଏସ୍‌ପି ଏବଂ ଇନ୍‌ପୁଟ୍‌ ସ ମିଶାଇ କ୍ଵିଣ୍ଟାଲ ପ୍ରତି ୩୧୦୦/ଟଙ୍କାରେ କିଣାଯାଉ, ଧାନ କ୍ରୟ ପରେ ସଠିକ୍ ସମୟ ମଧ୍ୟରେ ଚାଷୀଙ୍କୁ ଟଙ୍କା ପ୍ରଦାନ କରାଯାଇ, ଟୋକେନ୍ ଓ ମଣ୍ଡି ବ୍ୟବସ୍ଥାର ସମସ୍ତ ବେନିୟମ ଓ ଦୁର୍ନୀତି ଦୂର କରାଯାଉ । ଦଲାଲ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଦାବିରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି l ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି । 

ଆହୁରି ପଢ଼ନ୍ତୁ: ଡିଜିଟାଲ ଆରେଷ୍ଟର ଭୟ ଦେଖାଇ ମହିଳାଙ୍କଠୁ ୩୦ଲକ୍ଷ ଟଙ୍କା ଲୁଟିନେଲେ ସାଇବର ଠକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp