ପ୍ରଚାରବେଳେ ହଟହଟା: ଅପରାଜିତା ଷଡଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କୁ ତୀବ୍ର ବିରୋଧ

The Sakala Picture
Published On

ଖୋର୍ଦ୍ଧା: ଖୋର୍ଦ୍ଧାରେ ପୁଣି ଅପରାଜିତା ଷଡଙ୍ଗୀଙ୍କୁ ବିରୋଧ। ପ୍ରଶାନ୍ତ ଜଗଦ୍ଦେବଙ୍କୁ ବି ତୀବ୍ର ବିରୋଧ । ଗାଁରୁ କଲେ ତଡିପାର । ଏପରି ଦୃଶ୍ଯ ଦେଖିବାକୁ ମିଳିଛି ଟାଙ୍ଗୀ ବ୍ଲକ ଛଣଗିରି ଗାଁରେ । ପ୍ରଚାରବେଳେ ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ  ପ୍ରଶାନ୍ତ ଜଗଦ୍ଦେବଙ୍କୁ ବିରୋଧ କରିଛନ୍ତି ଗ୍ରାମବାସୀ । ରାଲି ବେଳେ ପ୍ରଶାନ୍ତଙ୍କ ସହ ଗ୍ରାମବାସୀଙ୍କ ହାତାହାତି ହେବା ପରେ ଉଗ୍ର ରୂପ ନେଇଥିଲା ଅସନ୍ତୋଷ । ପଚାରିଲେ ଅଞ୍ଚଳର ବିକାଶ ପାଇଁ […]

ଖୋର୍ଦ୍ଧା: ଖୋର୍ଦ୍ଧାରେ ପୁଣି ଅପରାଜିତା ଷଡଙ୍ଗୀଙ୍କୁ ବିରୋଧ। ପ୍ରଶାନ୍ତ ଜଗଦ୍ଦେବଙ୍କୁ ବି ତୀବ୍ର ବିରୋଧ । ଗାଁରୁ କଲେ ତଡିପାର । ଏପରି ଦୃଶ୍ଯ ଦେଖିବାକୁ ମିଳିଛି ଟାଙ୍ଗୀ ବ୍ଲକ ଛଣଗିରି ଗାଁରେ । ପ୍ରଚାରବେଳେ ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ  ପ୍ରଶାନ୍ତ ଜଗଦ୍ଦେବଙ୍କୁ ବିରୋଧ କରିଛନ୍ତି ଗ୍ରାମବାସୀ । ରାଲି ବେଳେ ପ୍ରଶାନ୍ତଙ୍କ ସହ ଗ୍ରାମବାସୀଙ୍କ ହାତାହାତି ହେବା ପରେ ଉଗ୍ର ରୂପ ନେଇଥିଲା ଅସନ୍ତୋଷ ।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ପଚାରିଲେ ଅଞ୍ଚଳର ବିକାଶ ପାଇଁ ୫ ବର୍ଷ ଭିତରେ କରିଛ କଣ ? ତୀବ୍ର ବିରୋଧ ଯୋଗୁଁ ଅଧାରୁ ବନ୍ଦ କରି ପଳାଇଲେ ଅପରାଜିତା ଓ ପ୍ରଶାନ୍ତ । ଏପରିକି  ଅପମାନିତ ହେବା ପରେ ଦୃଶ୍ଯ ଭାଇରାଲ ହେବା ଭୟରେ ସାମ୍ବାଦିକଙ୍କ ମୋବାଇଲ ଛଡାଇ ନେଇଗଲେ ପ୍ରଶାନ୍ତ ଜଗଦ୍ଦେବ। ୨୦୨୨ ମସିହାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଘଟଣାରେ ପ୍ରଶାନ୍ତଙ୍କୁ ଗିରଫ କରାଯାଇଥିଲା। ଗାଡ଼ି ଧକ୍କାରେ ପୁଲିସଙ୍କ ସମେତ ୨୦ଜଣ ବିଜେପି ନେତା ଓ କର୍ମୀ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ମାଡ଼ ମାରିବାରୁ ସେ ଆହତ ହୋଇଥିଲେ। ଅନ୍ଯପଟେ ଖୋର୍ଦ୍ଧାରେ ବିଧାନସଭା ଆସନ ପ୍ରାର୍ଥିତ୍ବ ହାସଲ ପାଇଁ ଗତ କିଛି ଦିନ ହେଲା ବିଜେପି ଦୁଇ ଫାଳ ହୋଇଯାଇଛି । ପ୍ରଶାନ୍ତ ଜଗଦ୍ଦେବଙ୍କୁ ସାଂସଦ ପ୍ରାର୍ଥୀ ଅପରାଜିତା ପ୍ରମୋଟ କରୁଥିବାରୁ ଏହାର ତୀବ୍ର ବିରୋଧ କରି ବାରମ୍ବାର ଶକ୍ତି ପ୍ରଦର୍ଶନ କରିଆସୁଛନ୍ତି ଆଶାୟୀ ପ୍ରାର୍ଥୀ କାଳୁ ଖଣ୍ଡାୟତରାୟ ।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

11 Apr 2024 By The Sakala

ପ୍ରଚାରବେଳେ ହଟହଟା: ଅପରାଜିତା ଷଡଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କୁ ତୀବ୍ର ବିରୋଧ

ଖୋର୍ଦ୍ଧା: ଖୋର୍ଦ୍ଧାରେ ପୁଣି ଅପରାଜିତା ଷଡଙ୍ଗୀଙ୍କୁ ବିରୋଧ। ପ୍ରଶାନ୍ତ ଜଗଦ୍ଦେବଙ୍କୁ ବି ତୀବ୍ର ବିରୋଧ । ଗାଁରୁ କଲେ ତଡିପାର । ଏପରି ଦୃଶ୍ଯ ଦେଖିବାକୁ ମିଳିଛି ଟାଙ୍ଗୀ ବ୍ଲକ ଛଣଗିରି ଗାଁରେ । ପ୍ରଚାରବେଳେ ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ  ପ୍ରଶାନ୍ତ ଜଗଦ୍ଦେବଙ୍କୁ ବିରୋଧ କରିଛନ୍ତି ଗ୍ରାମବାସୀ । ରାଲି ବେଳେ ପ୍ରଶାନ୍ତଙ୍କ ସହ ଗ୍ରାମବାସୀଙ୍କ ହାତାହାତି ହେବା ପରେ ଉଗ୍ର ରୂପ ନେଇଥିଲା ଅସନ୍ତୋଷ ।

ପଚାରିଲେ ଅଞ୍ଚଳର ବିକାଶ ପାଇଁ ୫ ବର୍ଷ ଭିତରେ କରିଛ କଣ ? ତୀବ୍ର ବିରୋଧ ଯୋଗୁଁ ଅଧାରୁ ବନ୍ଦ କରି ପଳାଇଲେ ଅପରାଜିତା ଓ ପ୍ରଶାନ୍ତ । ଏପରିକି  ଅପମାନିତ ହେବା ପରେ ଦୃଶ୍ଯ ଭାଇରାଲ ହେବା ଭୟରେ ସାମ୍ବାଦିକଙ୍କ ମୋବାଇଲ ଛଡାଇ ନେଇଗଲେ ପ୍ରଶାନ୍ତ ଜଗଦ୍ଦେବ। ୨୦୨୨ ମସିହାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଘଟଣାରେ ପ୍ରଶାନ୍ତଙ୍କୁ ଗିରଫ କରାଯାଇଥିଲା। ଗାଡ଼ି ଧକ୍କାରେ ପୁଲିସଙ୍କ ସମେତ ୨୦ଜଣ ବିଜେପି ନେତା ଓ କର୍ମୀ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ମାଡ଼ ମାରିବାରୁ ସେ ଆହତ ହୋଇଥିଲେ। ଅନ୍ଯପଟେ ଖୋର୍ଦ୍ଧାରେ ବିଧାନସଭା ଆସନ ପ୍ରାର୍ଥିତ୍ବ ହାସଲ ପାଇଁ ଗତ କିଛି ଦିନ ହେଲା ବିଜେପି ଦୁଇ ଫାଳ ହୋଇଯାଇଛି । ପ୍ରଶାନ୍ତ ଜଗଦ୍ଦେବଙ୍କୁ ସାଂସଦ ପ୍ରାର୍ଥୀ ଅପରାଜିତା ପ୍ରମୋଟ କରୁଥିବାରୁ ଏହାର ତୀବ୍ର ବିରୋଧ କରି ବାରମ୍ବାର ଶକ୍ତି ପ୍ରଦର୍ଶନ କରିଆସୁଛନ୍ତି ଆଶାୟୀ ପ୍ରାର୍ଥୀ କାଳୁ ଖଣ୍ଡାୟତରାୟ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର