ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ ରୋଷେୟା ତଥା ଅନ୍ୟତମ ଅଭିଯୁକ୍ତ ମନ୍ମଥ କୁମ୍ଭ ଗିରଫ

Madhusudan Das Picture
Published On

ଗଜପତି: ବହୁ ଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ବୁଧବାର ପୁଲିସକୁ ଏକ ବଡ଼ ସଫଳତା ମିଳିଛି। ଘଟଣାର ପ୍ରାୟ ୫ ବର୍ଷ ପରେ ଏହି ମାମଲାରେ ସମ୍ପୃକ୍ତ ଥିବା ତତ୍କାଳୀନ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୁଲିସ ଗିରଫ କରିଛି।

ଆହୁରି ପଢ଼ନ୍ତୁ: କାଳାହାଣ୍ଡିର ୧୦୦୦ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି ବେଦାନ୍ତ

ପାରଳାଖେମୁଣ୍ଡି ଉପ-ଖଣ୍ଡୀୟ ନ୍ୟାୟିକ ଦଣ୍ଡାଧିକାରୀ (ଏସଡିଜେଏମ୍) ଅଦାଲତଙ୍କ ପକ୍ଷରୁ ଜାରି କରାଯାଇଥିବା ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଆଧାରରେ ପୁଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବୁଧବାର ଭୋର ସମୟରେ ଏକ ସ୍ୱତନ୍ତ୍ର ପୁଲିସ ଟିମ୍ କୌଣସି ସୂତ୍ରରୁ ଖବର ପାଇ ମନ୍ମଥ କୁମ୍ଭଙ୍କୁ ତାଙ୍କ ନିଜ ଗାଁରୁ ଗିରଫ କରିଥିଲା।

ଆହୁରି ପଢ଼ନ୍ତୁ: ହୀରାକୁଦ ଡ୍ୟାମରୁ ଖୋଲିଲା ଆଉ ୪ ଗେଟ୍, ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ଗିରଫ ପରେ ମନ୍ମଥ କୁମ୍ଭଙ୍କୁ ଡାକ୍ତରୀ ମାଇନା ପାଇଁ ନିଆଯାଇଥିଲା। ଏହାପରେ ତାଙ୍କୁ ପାରଳାଖେମୁଣ୍ଡି ଏସଡିଜେଏମ୍ ଅଦାଲତରେ ହାଜର କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ଯେ, ଭାରତୀୟ ପିଙ୍ଗଳ ବିଧି (ଆଇପିସି)ର ଦଫା ୩୦୨ ଏବଂ ୧୨୦-ବି ଅଧୀନରେ ରୁଜୁ ହୋଇଥିବା ଏକ ମାମଲାରେ ତାଙ୍କ ବିରୋଧରେ ଏହି ଏନବିଡବ୍ଲ୍ୟୁ ଜାରି କରାଯାଇଥିଲା।

ଆହୁରି ପଢ଼ନ୍ତୁ: ପୋଲିସ କର୍ମଚାରୀଙ୍କ ସ୍ୱାମୀଙ୍କୁ ଗୁଳି କରି ହତ୍ୟା, ପୋଲିସର ଛାନଭିନ୍ ଜାରି

ସୂଚନାଯୋଗ୍ୟ ଯେ, ୨୦୨୧ ମସିହା ଜୁଲାଇ ମାସରେ ପାରଳାଖେମୁଣ୍ଡି ସ୍ଥିତ ନିଜ ସରକାରୀ ବାସଭବନରେ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ଗୁରୁତର ଭାବେ ପୋଡ଼ି ହୋଇଯାଇଥିଲେ। ପ୍ରଥମେ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଉନ୍ନତ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣା ସେତେବେଳେ ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ବର୍ତ୍ତମାନ ପୁଲିସର ଏହି ପଦକ୍ଷେପ ମାମଲାର ତଦନ୍ତକୁ ଆହୁରି ତ୍ୱରାନ୍ୱିତ କରିବ ବୋଲି ଆଶା କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର