ମନୋରଞ୍ଜନ
ସମବାୟ ସମିତି ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ, ଆସନ୍ତାକାଲି ୭୩୧ ଟି ବୁଥ୍ରେ ପଡିବ ଭୋଟ୍
ଭୁବନେଶ୍ବର : ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ। ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ୩ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି । ବାକି ୭୩୧ ପ୍ରାଥମିକ ସମବାୟ ସମିତିରେ ଆସନ୍ତାକାଲି ନିର୍ବାଚନ ହେବ । ଆସନ୍ତାକାଲି ସମବାୟ ସମିତି ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ହୋଇଛି ବୋଲି ରାଜ୍ୟ ସମବାୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି । […]
ଭୁବନେଶ୍ବର : ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ। ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ୩ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି । ବାକି ୭୩୧ ପ୍ରାଥମିକ ସମବାୟ ସମିତିରେ ଆସନ୍ତାକାଲି ନିର୍ବାଚନ ହେବ ।
ଆସନ୍ତାକାଲି ସମବାୟ ସମିତି ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ହୋଇଛି ବୋଲି ରାଜ୍ୟ ସମବାୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି । ନିର୍ବାଚନ ହେବାକୁ ଥିବା ୭୩୧ଟି ସମିତିରୁ ୨୪୪ଟି ସମ୍ବେଦନଶୀଳ ଚିହ୍ନଟ କରାଯାଇଛି । ଏହି ବୁଥଗୁଡ଼ିକରେ ମାଜିଷ୍ଟ୍ରେଟ, ସଶସ୍ତ୍ର ପୁଲିସ ଫୋର୍ସ ମୁତୟନ ସହ ଅନ୍ୟାନ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି ।
ସମ୍ବେଦନଶୀଳ ବୁଥଗୁଡିକରେ ସିସିଟିଭି ଲଗାଯାଇଛି । ଜିଲ୍ଲାପାଳ ଏବଂ ଏସପି ଆଇନଶୃଙ୍ଖଳା ପରିସ୍ଥିତି ତଦାରଖ କରିବେ । ନିର୍ବାଚନ ଶାନ୍ତି ଶୃଙ୍ଖଳାରେ କରିବାକୁ ପଦକ୍ଷେପ ନିଆଯାଇଛି । ନିର୍ବାଚନ ପରିଚାଳନା ପାଇଁ ୧୯ ଜଣ ଉପନିବନ୍ଧକ, ୫୮ ଜଣ ସହକାରୀ ନିବନ୍ଧକ ନିୟୋଜିତ ହୋଇଛନ୍ତି । ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ । ଆସନ୍ତାକାଲି ମୋଟ ୪ ଲକ୍ଷ ୫୩ ହଜାର ୬୧୦ ଭୋଟର ମତଦାନ କରିବେ । ଭୋଟ ଗ୍ରହଣ ପରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ । ସେହିପରି ଆସନ୍ତା ୨୬ ତାରିଖରେ ଦ୍ବିତୀୟ ପର୍ଯ୍ୟାୟର ଭୋଟ ଗ୍ରହଣ ହେବ ।