ରାଜ୍ଯରେ କରୋନା ନେଲା ଆଉ ୫୧ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ଯୁ ।  କ୍ରମାଗତ ଦ୍ୱିତୀୟ ଥର କରୋନା ମୃତ୍ୟସଂଖ୍ୟା ୫୦ରୁ ଅଧିକ ରହିଛି । ଆଜି ଆଉ ୫୧ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ । ଏଥିରେ ଭୁବନେଶ୍ୱରରୁ ୫ ଜଣ ଅଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ଜଣାଇଛି। ବରଗଡ଼, ଢେଙ୍କାନାଳ, ମୟୁରଭଞ୍ଜ ଜିଲ୍ଲାରୁ କରୋନା ଆଉ ୫ ଜଣ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ଯୁ ।  କ୍ରମାଗତ ଦ୍ୱିତୀୟ ଥର କରୋନା ମୃତ୍ୟସଂଖ୍ୟା ୫୦ରୁ ଅଧିକ ରହିଛି । ଆଜି ଆଉ ୫୧ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ । ଏଥିରେ ଭୁବନେଶ୍ୱରରୁ ୫ ଜଣ ଅଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ଜଣାଇଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ବରଗଡ଼, ଢେଙ୍କାନାଳ, ମୟୁରଭଞ୍ଜ ଜିଲ୍ଲାରୁ କରୋନା ଆଉ ୫ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ । ଢେଙ୍କାନାଳ ଜିଲ୍ଲାରେ ପ୍ରାଣ ହରାଇଛନ୍ତି ୪ ସଂକ୍ରମିତ । କଟକ, ଯାଜପୁର, ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ସେହିପରି ଭଦ୍ରକ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁର, ପୁରୀ ଜିଲ୍ଲାରେ ଦୁଇ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । କନ୍ଧମାଳ, କେନ୍ଦ୍ରପଡ଼ା, କେନ୍ଦୁଝର, ନବରଙ୍ଗପୁର ଜିଲ୍ଲାର ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୪ହଜାର ୨୯୯କୁ ବୃଦ୍ଧି ପାଇଛି ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର