ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୩ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, କେନ୍ଦୁଝର, କନ୍ଧମାଳ, ଗଜପତି, ଦେବଗଡ଼ ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୭୧୯କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ରାଜ୍ୟରେ କରୋନା ନେଲା ଆଉ ୩୩ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୩ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, କେନ୍ଦୁଝର, କନ୍ଧମାଳ, ଗଜପତି, ଦେବଗଡ଼ ଓ କଟକ ଜିଲ୍ଲାରୁ […]