ରାଜ୍ୟରେ କରୋନା ନେଲା ଆଉ ୨୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୬ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ଖୋର୍ଦ୍ଧା ଜିଲ୍ଲାର ୬ ମୃତକଙ୍କ ମଧ୍ୟରେ ଭୁବନେଶ୍ବରର ୩ଜଣ ରହିଛନ୍ତି। ସେହିପରି କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ଜୀବନ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୬ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ଖୋର୍ଦ୍ଧା ଜିଲ୍ଲାର ୬ ମୃତକଙ୍କ ମଧ୍ୟରେ ଭୁବନେଶ୍ବରର ୩ଜଣ ରହିଛନ୍ତି। ସେହିପରି କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଅନୁଗୁଳ ଓ ବାଲେଶ୍ବର ଜିଲ୍ଲାରୁ ୨ ଜଣ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ସେହିପରି ବୌଦ୍ଧ, ଗଜପତି, କୋରାପୁଟ ଓ ସୁନ୍ଦରଗ ଡ଼ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୪୫୬କୁ ବୃଦ୍ଧି ପାଇଛି।

 

About The Author: The Sakala