ରାଜ୍ୟରେ ଆଜି କରୋନା ନେଲା ଆଉ ୨୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୮ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ଜୀବନ ଯାଇଥିବା ବେଳେ ଅନୁଗୋଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୮ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ଜୀବନ ଯାଇଥିବା ବେଳେ ଅନୁଗୋଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା, ପୁରୀ ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଗଜପତି, ଗଞ୍ଜାମ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୪୮୪କୁ ବୃଦ୍ଧି ପାଇଛି।

About The Author: The Sakala