କମୁଛି ସଂକ୍ରମଣ ଥମୁନି ମୃତ୍ୟୁ: ରାଜ୍ୟରେ କରୋନା ନେଲା ଆଉ ୩୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୩୫ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ ଆଉ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ଯାଇଥିବା ବେଳେ ବୌଦ୍ଧ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୩୫ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ ଆଉ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ଯାଇଥିବା ବେଳେ ବୌଦ୍ଧ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା,ମବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଢେଙ୍କାନାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୬୧୮କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬,୭୩୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଲୋକାଲ କେସ ୨,୯୬୨ ଥିବାବେଳ କ୍ୱାରେଣ୍ଟିନରୁ ବାହାରିଛନ୍ତି ୩,୭୭୪ ଜଣ।

About The Author: The Sakala