ରାଜ୍ୟରେ କରୋନା ନେଲା ଆଉ ୬୯ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ […]

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ମୃତକଙ୍କ ମଧ୍ୟରେ କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ୧୩ଜଣ ଲଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ବାଲେଶ୍ୱର , ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

 

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର