ରାଜ୍ୟରେ ଥମୁନି କରୋନା ମୃତ୍ୟୁ: ଆଜି ନେଳା ଆଉ ୩୩ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୩ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୪ ଜଣ ସଂକ୍ରମିତଙ୍କ ଜୀବନ ଯାଇଥିବା ବେଳେ ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୩ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୪ ଜଣ ସଂକ୍ରମିତଙ୍କ ଜୀବନ ଯାଇଥିବା ବେଳେ ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କେନ୍ଦ୍ରାପଡ଼ା, ଗଜପତି, ଝାରସୁଗୁଡ଼ା, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଢେଙ୍କାନାଳ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୬୫୧କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର