ରାଜ୍ୟରେ କରୋନା ନେଲା ଆଉ ୩୫ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୫ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୪ ଜଣ ସଂକ୍ରମିତଙ୍କ ଜୀବନ ଯାଇଥିବା ବେଳେ ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୫ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୪ ଜଣ ସଂକ୍ରମିତଙ୍କ ଜୀବନ ଯାଇଥିବା ବେଳେ ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କୋରାପୁଟ, ଜଗତସିଂହପୁର ଓ ବୌଦ୍ଧ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ କଟକ, ମାଲକାନଗିରି, ସମ୍ୱଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

29 May 2021 By The Sakala

ରାଜ୍ୟରେ କରୋନା ନେଲା ଆଉ ୩୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୫ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୪ ଜଣ ସଂକ୍ରମିତଙ୍କ ଜୀବନ ଯାଇଥିବା ବେଳେ ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କୋରାପୁଟ, ଜଗତସିଂହପୁର ଓ ବୌଦ୍ଧ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ କଟକ, ମାଲକାନଗିରି, ସମ୍ୱଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର