ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍‌ : ୨୪ ଘଣ୍ଟା ମଧ୍ୟରେ ୮୭୦ କରୋନା ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୬୪୭୩କୁ ବୃଦ୍ଧି ପାଇଛି । […]

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୬୪୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୩୬ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୫ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜମ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୩ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୭୨ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨୦ଜଣ, ଷ୍ଟେଟ ପୁଲ୍‌ରୁ ୨୭ଜଣ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୬୪୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୦୯୫୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୨୩୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର