ରାଜ୍ୟର ୧୨ ଜିଲ୍ଲାକୁ ମାଡ଼ିଲାଣି କରୋନା : ୫୬ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ପଜିଟିଭ୍‌ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ରାଜ୍ୟର ୧୨ ଜିଲ୍ଲାକୁ କରୋନା ମାଡିଗଲାଣି। ଅନୁଗୁଳ, ବରଗଡ଼, କନ୍ଧମାଳ, ଗଞ୍ଜାମ ଓ ସୋନପୁର ଜିଲ୍ଲାରୁ ବି ଚିହ୍ନଟ ହେଲେଣି କୋଭିଡ ପଜିଟିଭ। ଗତକାଲି ସୁଦ୍ଧା ରାଜ୍ୟରୁ ଚିହ୍ନଟ ହୋଇଥିବା ମୋଟ ୫୬ କରୋନା ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୮ ଜଣ ପଜିଟିଭ ହୋଇଛନ୍ତି। ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା […]

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ରାଜ୍ୟର ୧୨ ଜିଲ୍ଲାକୁ କରୋନା ମାଡିଗଲାଣି। ଅନୁଗୁଳ, ବରଗଡ଼, କନ୍ଧମାଳ, ଗଞ୍ଜାମ ଓ ସୋନପୁର ଜିଲ୍ଲାରୁ ବି ଚିହ୍ନଟ ହେଲେଣି କୋଭିଡ ପଜିଟିଭ।

ଆହୁରି ପଢ଼ନ୍ତୁ: ୩ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସ୍ବତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ

ଗତକାଲି ସୁଦ୍ଧା ରାଜ୍ୟରୁ ଚିହ୍ନଟ ହୋଇଥିବା ମୋଟ ୫୬ କରୋନା ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୮ ଜଣ ପଜିଟିଭ ହୋଇଛନ୍ତି। ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେବାକୁ ଥିବା ପୁରୀ ଜିଲ୍ଲାରୁ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ବାଲେଶ୍ଵର, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର, ଅନୁଗୁଳ, ବରଗଡ଼, କନ୍ଧମାଳ, ଗଞ୍ଜାମ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: କୋଟିଆରେ ପୁଣି ଓଡ଼ିଶା ପୋଲିସ ସହ ଆନ୍ଧ୍ର ପୋଲିସ ମୁହାଁମୁହିଁ; ନେରେଡିବାଲସା ଚେକ୍‌ପୋଷ୍ଟରେ ଉତ୍ତେଜନା

ସେପଟେ କୋଭିଡ-୧୯ କିମ୍ବା ଫ୍ଲୁ ଭଳି ରୋଗର ଲକ୍ଷଣ ଥିଲେ ଘରେ ରହିବାକୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି । ଲକ୍ଷଣ ଅନୁଭବ କଲେ ସମାବେଶରୁ ଦୂରେଇ ରହିବା ସହ ନିଜକୁ ଅଲଗା ରଖିବା ଉଚିତ୍ ବୋଲି ସେ କହିଛନ୍ତି । ନୂତନ ଷ୍ଟ୍ରେନ ଅଧିକ ବିପଦପୂର୍ଣ୍ଣ ହୋଇ ନଥିଲେ ବି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବନ୍ୟାରେ କ୍ଷତିଗ୍ରସ୍ତ ଗଞ୍ଜାମ ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରିବାକୁ ଆସନ୍ତା ୭ରେ ଜିଲ୍ଲା ଗସ୍ତ କରିବେ ନବୀନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର