ନିୟନ୍ତ୍ରଣରେ ଅଛି କରୋନା ସ୍ଥିତି, ରାଜ୍ୟରେ ଆବଶ୍ୟକ ନାହିଁ ଦିନ କର୍ଫ୍ୟୁ : ସ୍ୱତନ୍ତ୍ର ରିଲିଫ କମିଶନର

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ରହିଛି । ରାଜ୍ୟରେ ବର୍ତ୍ତମାନ ଦିନ କର୍ଫ୍ୟୁର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ଆଜି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ରାଜ୍ୟ ସରକାର ଦିନ ବେଳା କର୍ଫ୍ୟୁ ଲାଗୁ କରିପାରନ୍ତି ବୋଲି ଗଣମାଧ୍ୟମକୁ ମନ୍ତବ୍ୟ ଦେଇଥିଲେ । ଏହାର ସ୍ପଷ୍ଟୀକରଣ ଦେଇ ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି ରାଜ୍ୟରେ […]

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ରହିଛି । ରାଜ୍ୟରେ ବର୍ତ୍ତମାନ ଦିନ କର୍ଫ୍ୟୁର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ଆଜି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ରାଜ୍ୟ ସରକାର ଦିନ ବେଳା କର୍ଫ୍ୟୁ ଲାଗୁ କରିପାରନ୍ତି ବୋଲି ଗଣମାଧ୍ୟମକୁ ମନ୍ତବ୍ୟ ଦେଇଥିଲେ । ଏହାର ସ୍ପଷ୍ଟୀକରଣ ଦେଇ ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି ରାଜ୍ୟରେ ଦିନ କର୍ଫ୍ୟୁର ଆବଶ୍ୟକତା ନାହିଁ । ରାଜ୍ୟରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ ଅଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତିକ୍ରିୟା: 'ମବ୍ ଲିଞ୍ଚିଂର ଯାହା ସବୁ ମାନଦଣ୍ଡ ଅଛି, ତାହା ଏଠାରେ ନାହିଁ'

ଅନ୍ୟପଟେ ଆସନ୍ତାକାଲିଠୁ ରାଜ୍ୟର ୧୦ଟି ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ ହେବ। ସୁନ୍ଦରଗଡ଼ , ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ନାଇଟ କର୍ଫ୍ୟୁ ଜାରି କରାଯାଇଛି। ରାତି ୧୦ଟାରୁ ସକାଳ ୫ଟା ଯାଏ ଏହି କର୍ଫ୍ୟୁ ଲାଗୁ ହେବ ।

ସୂଚନା ଅନୁଯାୟୀ, ସୀମାନ୍ତ ବର୍ତ୍ତି ରାଜ୍ୟ ଗୁଡିକରେ କୋଭିଡ ସଂକ୍ରମଣ ବଢୁଥିବାରୁ ସେହି ନିକଟବର୍ତ୍ତୀ ଜିଲ୍ଲାରେ କର୍ଫ୍ୟୁ ଲଗାଯାଇଛି । ଗତ କିଛିଦିନ ହେବ ଛତିଶଗଡ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶରେ କୋଭିଡ ସଂକ୍ରମଣ ବୃଦ୍ଧି ଘଟୁଛି । ଫଳରେ ସୀମାନ୍ତବର୍ତ୍ତୀ ଜିଲ୍ଲା ଗୁଡିକରେ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି ରାଜ୍ୟ ସରକାର। ଏହି ନାଇଟ କର୍ଫ୍ୟୁରେ ସମସ୍ତ ଜରୁରୀ କାଳୀନ ସେବାକୁ ବାଦ ଦିଆଯାଇଛି। ନାଇଟ୍ କର୍ଫ୍ୟୁ ବେଳେ ସବୁ ଶିଳ୍ପ କାରଖାନା ଖୋଲା ରହିବ। ପେଟ୍ରୋଲ ପମ୍ପ ଓ ସିଏନ୍‌ଜି ଷ୍ଟେସନ ଖୋଲା ରହିବ। ହୋମ୍ ଡେଲିଭରିକୁ ଅନୁମତି ଦିଆଯାଇଛି। ସେହିପରି ମେଡିକାଲ ଓ ଅନ୍ୟ ଜରୁରୀ କାମରେ ଯିବାକୁ ଅନୁମତି ଦିଆଯିବ ବୋଲି ଏସ୍‌ଆର୍‌ସିଙ୍କ ପକ୍ଷରୁ କୁହାଯାଇଛି।

04 Apr 2021 By The Sakala

ନିୟନ୍ତ୍ରଣରେ ଅଛି କରୋନା ସ୍ଥିତି, ରାଜ୍ୟରେ ଆବଶ୍ୟକ ନାହିଁ ଦିନ କର୍ଫ୍ୟୁ : ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ରହିଛି । ରାଜ୍ୟରେ ବର୍ତ୍ତମାନ ଦିନ କର୍ଫ୍ୟୁର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ଆଜି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ରାଜ୍ୟ ସରକାର ଦିନ ବେଳା କର୍ଫ୍ୟୁ ଲାଗୁ କରିପାରନ୍ତି ବୋଲି ଗଣମାଧ୍ୟମକୁ ମନ୍ତବ୍ୟ ଦେଇଥିଲେ । ଏହାର ସ୍ପଷ୍ଟୀକରଣ ଦେଇ ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି ରାଜ୍ୟରେ ଦିନ କର୍ଫ୍ୟୁର ଆବଶ୍ୟକତା ନାହିଁ । ରାଜ୍ୟରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ ଅଛି ।

ଅନ୍ୟପଟେ ଆସନ୍ତାକାଲିଠୁ ରାଜ୍ୟର ୧୦ଟି ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ ହେବ। ସୁନ୍ଦରଗଡ଼ , ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ନାଇଟ କର୍ଫ୍ୟୁ ଜାରି କରାଯାଇଛି। ରାତି ୧୦ଟାରୁ ସକାଳ ୫ଟା ଯାଏ ଏହି କର୍ଫ୍ୟୁ ଲାଗୁ ହେବ ।

ସୂଚନା ଅନୁଯାୟୀ, ସୀମାନ୍ତ ବର୍ତ୍ତି ରାଜ୍ୟ ଗୁଡିକରେ କୋଭିଡ ସଂକ୍ରମଣ ବଢୁଥିବାରୁ ସେହି ନିକଟବର୍ତ୍ତୀ ଜିଲ୍ଲାରେ କର୍ଫ୍ୟୁ ଲଗାଯାଇଛି । ଗତ କିଛିଦିନ ହେବ ଛତିଶଗଡ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶରେ କୋଭିଡ ସଂକ୍ରମଣ ବୃଦ୍ଧି ଘଟୁଛି । ଫଳରେ ସୀମାନ୍ତବର୍ତ୍ତୀ ଜିଲ୍ଲା ଗୁଡିକରେ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି ରାଜ୍ୟ ସରକାର। ଏହି ନାଇଟ କର୍ଫ୍ୟୁରେ ସମସ୍ତ ଜରୁରୀ କାଳୀନ ସେବାକୁ ବାଦ ଦିଆଯାଇଛି। ନାଇଟ୍ କର୍ଫ୍ୟୁ ବେଳେ ସବୁ ଶିଳ୍ପ କାରଖାନା ଖୋଲା ରହିବ। ପେଟ୍ରୋଲ ପମ୍ପ ଓ ସିଏନ୍‌ଜି ଷ୍ଟେସନ ଖୋଲା ରହିବ। ହୋମ୍ ଡେଲିଭରିକୁ ଅନୁମତି ଦିଆଯାଇଛି। ସେହିପରି ମେଡିକାଲ ଓ ଅନ୍ୟ ଜରୁରୀ କାମରେ ଯିବାକୁ ଅନୁମତି ଦିଆଯିବ ବୋଲି ଏସ୍‌ଆର୍‌ସିଙ୍କ ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର