ରାଜ୍ୟରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ଆଜି ୧୦ ହଜାର ୪୧୩ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି।  ଏପଟେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଆଜି ୧୦ ହଜାର ପରା କରିଛି। ରାଜ୍ୟରୁ ଆଜି ୧୦, ୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୮୮୭ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୫୨୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୪,୬୦୭ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୭୯୬ […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି।  ଏପଟେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଆଜି ୧୦ ହଜାର ପରା କରିଛି। ରାଜ୍ୟରୁ ଆଜି ୧୦, ୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୮୮୭ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୫୨୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୪,୬୦୭ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୭୯୬ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୧୧୦୦, କଟକ-୮୨୮, ଯାଜପୁର-୩୩୨, ପୁରୀ-୫୩୩, ଗଞ୍ଜାମ- ୨୩୨, ନୂଆପଡ଼ା- ୪୧୮, ବଲାଙ୍ଗୀର-୧୬୦, ବରଗଡ଼-୫୧୧, କଳାହାଣ୍ଡି- ୩୭୬, ଝାରସୁଗୁଡ଼ାରୁ୪୪୨, ନବରଙ୍ଗପୁର- ୩୭୮ ଓ ସମ୍ବଲପୁର ଜିଲ୍ଲାରୁ ୪୨୬  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

About The Author: The Sakala